ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ଜାରି କରିବା ପରେ ଚିତ୍ର ସ୍ପଷ୍ଟ ହୋଇଛି । ଏଥର ୧୯ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ ।

ଭାଜପା ପ୍ରକାଶ କରିଥିବା ପ୍ରାର୍ଥୀ ତାଲିକା ମଧ୍ୟରେ ୧୬ଜଣ ନୂଆ ଚେହେରା ରହିଛନ୍ତି । ସେ ମଧ୍ୟରୁ ୩ଜଣଙ୍କୁ ରିପିଟ କରିଛି ଦଳ । ବଡ କଥା ହେଉଛି, ରାଉରକେଲା ବିଧାନସଭା ଆସନରୁ ହେଭିୱେଟ ଦିଲ୍ଲୀପ ରାୟଙ୍କୁ ପ୍ରାର୍ଥୀ କରିଛି ଭାଜପା । ଦିଲ୍ଳୀପଙ୍କୁ ଟିକେଟ ମିଳିବା ପରେ ତାଙ୍କ ସମର୍ଥକମାନେ ରାଉରକେଲାରେ ଖୁସି ମନାଇଛନ୍ତି । ରାଉରକେଲାରେ ମନ୍ତ୍ରୀ ସାରଦା ନାୟକ ବିଜେଡିର ପ୍ରାର୍ଥୀ ହୋଇଥିବାରୁ, ଏଥର ବଡ ଲଢେଇ ହୋଇପାରେ ବୋଲି କୁହାଯାଉଛି । ଏଥିସହ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିବା କୈଳାସ କୁଲେସିକାଙ୍କ ସମେତ ୫ଜଣଙ୍କୁ ପ୍ରାର୍ଥୀ କରିଛି ଦଳ ।

ସେହିପରି ପ୍ରଥମ ପର୍ଯ୍ୟାୟରେ ଦେଇଥିବା ୧୧୨ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଆସନରେ ପ୍ରାର୍ଥୀ ବଦଳା ଯାଇଛି । କୋରାପୁଟ ପଟ୍ଟାଙ୍ଗି ଆସନରେ ଚୈତନ ହନ୍ତାଳକୁ ବଦଳାଇ ଚୈତନ୍ୟ ନାନ୍ଦବାଲି ଓ ନୟାଗଡ ରଣପୁର ଆସନରେ ତାପସ ମାର୍ଥାଙ୍କ ବଦଳରେ ସୁରମା ପାଢୀଙ୍କୁ ଦଳ ଟିକେଟ ଦେଇଛି । ଦୁଇଟି ପର୍ଯ୍ୟାୟରେ ମୋଟ ୧୩୧ ପ୍ରାର୍ଥୀ ଘୋଷଣା କରିବା ପରେ ବି ୧୬ଟି ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri