ନିରାଡ଼ମ୍ବରରେ ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ ଅଫିସ,୧୧।୧୦: ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ମଙ୍ଗଳବାର ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂର୍ଯ୍ୟବଂଶୀ ସୂରଜ ବାପା ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିରାଡ଼ମ୍ବର ଭାବେ ନାମାଙ୍କନ ଭରିଥିବା ଦେଖିବାକୁ ମିଳିଛି। ନାମାଙ୍କନ ଦାଖଲ ବେଳେ ସୂର୍ଯ୍ୟବଂଶୀଙ୍କ ସହ ତାଙ୍କ ଭଉଣୀଙ୍କୁ ଦେଖିବାକୁ ମିଳିଥିଲା । ପୈତୃକ ଗାଁ ତିହିଡି ମଙ୍ଗରାଜପୁର ଓ ଭଦ୍ରକସ୍ଥିତ କୁଆଁସ ବାସଭବନରେ ବାପାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ସୂଚନାଯୋଗ୍ୟ, କିଛିଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଥିଲା । ପରେ ଉପନିର୍ବାଚନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଭାଜପା ପକ୍ଷରୁ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ନାମ ଘୋଷଣା କରାଯାଇଥିଲା । ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri