ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବାକୁ ମନା କରି ଦେଇଛନ୍ତି। ପଶ୍ଚିମବଙ୍ଗର ଆସାନସୋଲ୍‌ ଆସନରୁ ପ୍ରାର୍ଥୀ ହୋଇଥିବା ଲୋକପ୍ରିୟ ଭୋଜପୁରୀ ଅଭିନେତା ତଥା ଗାୟକ ପଓ୍ବନ ସିଂ ନିର୍ବାଚନ ଲଢ଼ିବା ପାଇଁ ମନା କରିଦେଇଥିଲେ। ସେହିପରି ବାରବାଙ୍କୀରୁ ଭାଜପା ପ୍ରାର୍ଥୀ ହୋଇଥିବା ଏମ୍‌ପି ଉପେନ୍ଦ୍ର ସିଂ ରାଓ୍ବତ୍‌ ଏକ ଅଶ୍ଳୀଳ ଭିଡିଓ ଭାଇରାଲକୁ ନେଇ ବିବାଦରେ ଫସିଥିବାରୁ ନିର୍ବାଚନ ଲଢ଼ିବାକୁ ଚାହୁଁ ନ ଥିବା କହିଛନ୍ତି।

ଡିପ୍‌ଫେକ୍‌ ଏଆଇ ପ୍ରଯୁକ୍ତି ବଳରେ ତାଙ୍କ ଭିଡିଓକୁ ଏଡିଟ୍‌ କରାଯାଇଥିବାରୁ ରାଓ୍ବତ୍‌ ଏହା ବିରୋଧରେ ଏତଲା ଦାଏର କରିଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଏହାର ତଦନ୍ତ କରିବାକୁ ସେ ନିବେଦନ କରିଛନ୍ତି। ସେ ନିର୍ଦ୍ଦୋଷ ପ୍ରମାଣିତ ନ ହେବା ପର୍ଯ୍ୟନ୍ତ କୌଣସି ନିର୍ବାଚନ ଲଢ଼ିବେ ନାହିଁ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ରାଓ୍ବତ୍‌ଙ୍କୁ ବାରବାଙ୍କୀ ପ୍ରାର୍ଥୀ ଘୋଷଣା କରାଯିବା ପରେ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ଜଣେ ବ୍ୟକ୍ତି ଅନ୍ୟଜଣେ ମହିଳାଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଥିବା ଦେଖାଯାଇଛି। ଭିଡିଓକୁ ଜାଲିଆତି କରାଯାଇଥିବା ଦର୍ଶାଇ ରାଓ୍ବତ ଜଣେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?