Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୩୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ସମସ୍ତ ବର୍ଗକୁ ଖୁସି କରିବାକୁ ପ୍ରୟାସ

ଚଣ୍ଡିଗଡ଼,୨୧ ।୧: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ । ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୩୪ ଜଣଙ୍କ ନାମ ରହିଛି । ଭାଜପା ରାଷ୍ଟ୍ରୀୟ ମହାସଚିବ ତରୁଣ ଚୁଘ କହିଛନ୍ତି ୩୪ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏଥିରେ କୃଷକ ପରିବାରରୁ ୧୨, ଅନୁସୂଚିତ ଜାତିରୁ ୮ ଓ ୧୩ ଜଣ ଶିଖଙ୍କୁ ସ୍ଥାନ ଦିଆଯାଇଛି । ଏହି ତାଲିକାରେ ଡାକ୍ତର, ଓକିଲ, ଖେଳାଳି, କୃଷକ, ଯୁବ, ମହିଳା ଓ ପୂର୍ବତନ ଆଏଏସ୍‌ଙ୍କୁ ସାମିଲ କରାଯାଇଛି । ଏହି ଅବସରରେ ଦୁଷ୍ୟନ୍ତ ଗୌତମ କହିଥିଲେ ଭାଜପା ନିର୍ବାଚନ କମିଶନଙ୍କୁ ଧନ୍ୟବାଦ ଜଣାଉଛି । ରବିଦାସ ଜୟନ୍ତି ପାଇଁ ପଞ୍ଜାବ ବିଧାନସଭା ନିର୍ବାଚନକୁ ୧୪ ଫେବୃୟାରୀ ପରିବର୍ତ୍ତେ ୨୦ ଫେବୃୟାରୀ କରି ଦେଇଛନ୍ତି । ଏହାପରେ ଦୁଷ୍ୟନ୍ତ ପଞ୍ଜାବର ଶାସକ କଂଗ୍ରେସ ସରକାରକୁ ଟାର୍ଗେଟ କରି କହିଛନ୍ତି, ରାଜ୍ୟରେ ନିଶା ସମସ୍ୟା, ଭ୍ରଷ୍ଟଚାର ଓ ଅନ୍ୟ ବହୁ ସମସ୍ୟା ମୁଣ୍ଡ ଟେକିଛି । ଦୁର୍ଭାଗ୍ୟର କଥା ଯେ ଆଜିବି ସେହି ସମସ୍ୟା ସେହିପରି ରହିଛି । ଏହି ସରକାରରେ ରାଜ୍ୟର କୌଣସି ଉନ୍ନତି ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri