Posted inଜାତୀୟ

ଖାର୍ଗେଙ୍କୁ ହତ୍ୟା ପାଇଁ ଭାଜପା ପ୍ରାର୍ଥୀଙ୍କ ଯୋଜନା: କଂଗ୍ରେସ

ବେଙ୍ଗାଲୁରୁ, ୭।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ତାଙ୍କ ସ୍ତ୍ରୀ ଓ ପୂରା ପରିବାରକୁ ହତ୍ୟା କରିବା ପାଇଁ ଜଣେ ଭାଜପା ପ୍ରାର୍ଥୀ ଯୋଜନା କରୁଥିବା ଅଭିଯୋଗ ହୋଇଛି। କର୍ନାଟକରେ କଂଗ୍ରେସ ପ୍ରଭାରୀ ଥିବା ଦଳର ସାଧାରଣ ସମ୍ପାଦକ ରଣଦୀପ୍‌ ସୁର୍ଜଓ୍ବୋଲା ଏହି ଅଭିଯୋଗ ଆଣିଥିବାବେଳେ ଶାସକ ଭାଜପା ଏହାକୁ ଖଣ୍ଡନ କରିଛି। କଂଗ୍ରେସ ନେତା ଖବରଦାତା ସମ୍ମିଳନୀରେ ହତ୍ୟା ଷଡ଼ଯନ୍ତ୍ରର ଏକ ଅଡିଓ ଉପସ୍ଥାପନ କରିଛନ୍ତି। ସେଥିରେ କାଲାବୁରାଗି ଜିଲା ଚିତ୍ତପୁର ଆସନର ଭାଜପା ପ୍ରାର୍ଥୀ ମଣିକାନ୍ତ ରାଠୋଡ୍‌ କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ଓ ତାଙ୍କ ପରିବାରକୁ ନିଶ୍ଚିହ୍ନ କରିଦେବେ ବୋଲି କହୁଥିବା ଶୁଣାଯାଇଛି।
ମେ’ ୧୦ରେ କର୍ନାଟକ ବିଧାନସଭାର ୨୨୪ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଭାଜପା ଏବଂ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। କଂଗ୍ରେସ ପ୍ରତି କନ୍ନଡିଗାମାନଙ୍କ ସମର୍ଥନ ବଢ଼ୁଥିବାବେଳେ ଶାସକ ଦଳ ନିର୍ବାଚନ ହାରିବାକୁ ଯାଉଥିବାରୁ ଖାର୍ଗେ ଓ ତାଙ୍କ ପରିବାରକୁ ହତ୍ୟା କରିବା ପାଇଁ ଭାଜପା ନେତା ଯୋଜନା ଚଳାଇଥିବା ସୁର୍ଜଓ୍ବୋଲା କହିଛନ୍ତି। ରାଠୋଡ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କର ସ୍ବତନ୍ତ୍ର ଅନୁଗତ ବୋଲି ସୁର୍ଜଓ୍ବୋଲା ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଜାଣେ ଏହି ଘଟଣାରେ ପ୍ରଧାନମନ୍ତ୍ରୀ, କର୍ନାଟକ ପୋଲିସ ଏବଂ ନିର୍ବାଚନ କମିଶନ ନୀରବ ରହିବେ। ତେବେ କର୍ନାଟକବାସୀ ଚୁପ୍‌ ରହିବେ ନାହିଁ। ସେମାନେ ଏହାର ଠିକଣା ଜବାବ ଦେବେ ବୋଲି ସୁର୍ଜଓ୍ବୋଲା କହିଛନ୍ତି। ଅନ୍ୟପକ୍ଷରେ ଅଭିଯୋଗର ତଦନ୍ତ କରାଯିବ ଏବଂ ଆଇନ ତା’ ବାଟରେ ଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ରାଠୋଡ୍‌ ଅଭିଯୋଗ କରିଛନ୍ତି, କଂଗ୍ରେସ ନକଲି ଅଡିଓ କ୍ଲିପ୍‌ ପ୍ରସ୍ତୁତ କରି ତାଙ୍କୁ ବଦନାମ କରିବାକୁ ଉଦ୍ୟମ ଚଳାଇଛି। ଖାର୍ଗେ କିମ୍ବା ତାଙ୍କ ପରିବାରକୁ କୌଣସି କ୍ଷତି କରିବା ତାଙ୍କର ଉଦ୍ଦେଶ୍ୟ ନୁହେଁ। ରାଠୋଡ୍‌ ନିର୍ବାଚନରେ ନିଶ୍ଚିତ ଜିତିବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri