Posted inଜାତୀୟ

ଅରବିନ୍ଦ କେଜ୍‌ରିଓ୍ବାଲ ଥିବା ପର୍ଯ୍ୟନ୍ତ ଦିଲ୍ଲୀରେ ସରକାର ଗଠନ କରିପାରିବ ନାହିଁ ଭାଜପା: ରାଘବ ଚଢା

ନୂଆଦିଲ୍ଲୀ,୪।୮: ଲୋକ ସଭାରେ ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ (ସଂଶୋଧନ) ବିଲ୍‌ ପାରିତ ହେବା ପରେ ଏଏପି ଏମ୍‌ପି ରାଘବ ଚଢା କାହାର ନାମ ନ ନେଇ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ଭାରତୀୟ ରାଜନୀତିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଥିବେ ସେ ପର୍ଯ୍ୟନ୍ତ ସେମାନେ କେବେ ବି ଦିଲ୍ଲୀରେ ସରକାର ଗଠନ କରିପାରିବେ ନାହିଁ, ସେଥିପାଇଁ ସେମାନେ(ଭାଜପା) ଦିଲ୍ଲୀର ଅମଲାତନ୍ତ୍ରକୁ ପ୍ରଭାବହୀନ ଏବଂ ଶକ୍ତିହୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ସେ ତାଙ୍କର ଏକ ଟୁଇଟ୍‌ରେ ଲେଖିଛନ୍ତି ଯେ, ଲୋକସଭାରେ ଦିଲ୍ଲୀ ଅର୍ଡିନାନ୍ସ ବିଲ ପାରିତ ହେବା ଭାରତୀୟ ଗଣତନ୍ତ୍ର ପାଇଁ ଏକ କଳା ଦିନ। ଏକଦା ଦିଲ୍ଲୀକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବାକୁ ପ୍ରତିଶ୍ରୁତି ଦେଇଥିବା ଭାରତୀୟ ଜନତା ପାର୍ଟି ଲୋକଙ୍କ ସହ ବିଶ୍ୱାସଘାତକତା କରିଛି। ଏହା ଆମ ନାଗରିକଙ୍କ ଗଣତାନ୍ତ୍ରିକ ଅଧିକାରକୁ କ୍ଷୁର୍ଣ୍ଣ କରୁଛି। ଏହା ଏକ ଲଜ୍ଜାଜନକ କାର୍ଯ୍ୟ। ଲୋକଙ୍କ ଇଚ୍ଛାକୁ ଅବମାନନା କରିବା ଏବଂ ଆମର ସମ୍ବିଧାନ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ଅପମାନ।
ଦିଲ୍ଲୀର ପ୍ରଶାସନିକ ଅଧିକାରୀମାନଙ୍କ ନିଯୁକ୍ତି ଓ ବଦଳି କ୍ଷମତା ଦିଲ୍ଲୀ ସରକାରଙ୍କର ରହିଛି ବୋଲି ପୂର୍ବରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ରାୟକୁ ଅକାମୀ କରିବା ଲାଗି କେନ୍ଦ୍ର ସରକାର ଗତ ମେ’ ୧୯ରେ ଅଧ୍ୟାଦେଶ ଲଗାଇଥିଲେ। ଅଧ୍ୟାଦେଶ ଉପରେ ସ୍ଥଗିତାଦେଶ ଜାରି ପାଇଁ ଦିଲ୍ଲୀ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବାବେଳେ ଅଦାଲତ ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ବିଲ୍‌ ଅନୁଯାୟୀ ଜାତୀୟ ରାଜଧାନୀ ସିଭିଲ୍‌ ସର୍ଭିସେସ୍‌ ଅଥରିଟିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଦିଲ୍ଲୀ ମୁଖ୍ୟ ସଚିବ ଏବଂ ଦିଲ୍ଲୀ ଗୃହ ସଚିବ ରହିବେ। ଦିଲ୍ଲୀର ଅଫିସରମାନଙ୍କ ନିଯୁକ୍ତି, ବଦଳି ପାଇଁ ଉକ୍ତ ଅଥରିଟି ଉପରାଜ୍ୟପାଳଙ୍କୁ ସୁପାରିସ କରିବେ। ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବା କ୍ଷମତା ଉପରାଜ୍ୟପାଳଙ୍କୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri