Posted inଜାତୀୟ

ଭାଜପାର ଉତ୍ସବ, ବିରୋଧୀଙ୍କ ବିକ୍ଷୋଭ

ଜମ୍ମୁ/ଶ୍ରୀନଗର,୬ା୮:୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ଗୁରୁବାର ଏହି ଐତିହାସିକ ପଦକ୍ଷେପକୁ ୨ ବର୍ଷ ପୂରିଛି। ଏହି ଅବସରରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ଉତ୍ସବ ପାଳନ କରାଯାଇଥିବାବେଳେ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ସମେତ ବିରୋଧୀ ଦଳଗୁଡ଼ିକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଜମ୍ମୁରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ତ୍ରିରଙ୍ଗା ଧରି ଶୋଭାଯାତ୍ରା କରାଯାଇଥିଲା। ଦଳୀୟ କର୍ମୀମାନେ ‘ବନ୍ଦେ ମାତରମ୍‌’ ଓ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ଦେଇଥିଲେ। ସେହିପରି ଶିବସେନା ପକ୍ଷରୁ ମଧ୍ୟ ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଥିଲା। ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ କର୍ମୀମାନେ ଅନୁଚ୍ଛେଦ ୩୭୦ ଏବଂ ୩୫-ଏ ହଟାଯିବାର ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଶ୍ରୀନଗରରେ ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ନେତୃତ୍ୱରେ ଦଳୀୟ ମୁଖ୍ୟାଳୟରୁ ଏକ ବିକ୍ଷୋଭ ଶୋଭାଯାତ୍ରା ବାହାରିଥିବାବେଳେ ଜିପିଓ ନିକଟରେ ପୋଲିସ ଅଟକାଇଥିଲା। ମେହବୁବା କହିଥିଲେ, ଆଜି ଜମ୍ମୁ-କଶ୍ମୀର ପାଇଁ ଶୋକ ଦିବସ। କିନ୍ତୁ ଭାଜପା ୩୭୦ ଉଚ୍ଛେଦକୁ ନେଇ ଦେଶବ୍ୟାପୀ ଉତ୍ସବ ମନାଉଛି, ଯାହାକି ଦୁର୍ଭାଗ୍ୟଜନକ। କେନ୍ଦ୍ର ସରକାର ଉପତ୍ୟକାର ଲୋକ ଓ ପାକିସ୍ତାନ ସହ ଆଲୋଚନା କରି ଜମ୍ମୁ-କଶ୍ମୀରକୁ ଏହାର ସାମ୍ବିଧାନିକ ମର୍ଯ୍ୟାଦା ଫେରସ୍ତ କରନ୍ତୁ। ଅନ୍ୟ କିଛି ବିକଳ୍ପ ନ ଥିବାରୁ ସେମାନେ ପାକିସ୍ତାନ ସହ ଆଲୋଚନା କରୁଛନ୍ତି, ଯାହା ଫଳରେ ଅସ୍ତ୍ରବିରତି ହୋଇଛି ଏବଂ ଅନୁପ୍ରବେଶ ମଧ୍ୟ କମିଛି। ଜମ୍ମୁ-କଶ୍ମୀର ଦୁଇ ପଡ଼ୋଶୀ ମଧ୍ୟରେ ଶାନ୍ତିର ସେତୁ ପାଲଟିଛି। ଇତିମଧ୍ୟରେ ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ପିଏଜିଡି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଶ୍ରୀନଗରସ୍ଥିତ ବାସଭବନରେ ମେଣ୍ଟ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ ହୋଇଥିଲା। ଏଥିରେ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ରଣନୀତି ସ୍ଥିର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri