ଘୁଞ୍ଚିଲା ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ: ଏଥର ଆସିବକି ଓଡ଼ିଶାର ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୦।୩ : ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଘୁଞ୍ଚିଛି । ଆସନ୍ତା ୨୨ ତାରିଖରେ ବୈଠକ ହେବ ବୋଲି ସୂଚନା ମିଳିଛି । ୨୨ ତାରିଖରେ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ। ଏଥର ପ୍ରାର୍ଥୀ ତାଲିକାରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ ଆସିପାରେ । ମଙ୍ଗଳବାର ଓଡ଼ିଶାର ଭାଜପା ଟିକେଟ ନେଇ ରାତି ଅଧ ପର୍ଯ୍ୟନ୍ତ ବୈଠକ ବସିଥିଲା । ରାଜ୍ୟ ନେତୃତ୍ୱଙ୍କ ସହ ରାତି ଅଧ ପର୍ଯ୍ୟନ୍ତ ବୈଠକ କରିଥିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏହା ସହ ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସୋମବାର ମଧ୍ୟ ରାତି ୨ଟା ପର୍ଯ୍ୟନ୍ତ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟ ନେତାଙ୍କ ସହ ଆଲୋଚନା କରିଥିଲେ । ଭାଜପା ପ୍ରଥମ ପର୍ଯ୍ୟାୟରେ ୧୯୫ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୭୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ମାତ୍ର ୨୬୭ ଆସନ ମଧ୍ୟରୁ ଓଡ଼ିଶାର କୌଣସି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ନ ଥିଲା । ତେଣୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର କୌଣସି ନେତାଙ୍କ ନାଁ ଘୋଷଣା ହେଉଛି କି ଆହୁରି ବିଳମ୍ବ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri