ଭାଜପାର ବଦଳିଲା ପ୍ଲାନ, ନାମାଙ୍କନ ଭରିବେନି ଜୟ, ପୁଣି…

ନୂଆପଡ଼ା,୧୬।୮(ମକାରୁ ବେମାଲ): ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ନାମାଙ୍କନ ଭରିବେନି ଜୟ। ଏନେଇ ସୂଚନା ମିଳିଛି। ନୂଆପଡା ଉପ ନିର୍ବାଚନକୁ ନେଇ ତାରିଖ ଘୋଷଣା ପରଠାରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ ଏହି ବଡ଼ ସୂଚନା ଆସି ପହଞ୍ଚିଛି।  ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ନିଜର ନାମାଙ୍କନ ଭରିବେ । ଗତ ୧୧ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଭାଜପାରେ ସାମିଲ ହୋଇଥିଲେ ତେବେ ଚର୍ଚ୍ଚା ହେଉଥିଲା କି ସେ ଆଜି ନାମାଙ୍କନ ଭରିବେ। କିନ୍ତୁ ଭାଜପା ଏହାରି ଭିତରେ ନିଜର ପ୍ଲାନ ବଦଳେଇଛି।

ଉପ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ନାମାଙ୍କନ ବେଳେ ଉପସ୍ଥିତ ରହିବେ । ୪୦ ହଜାରରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଓ ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ନାମାଙ୍କନ ଭରିବେ ଜୟ ଢୋଲକିଆ ।  ନୂଆପଡ଼ାରେ ଭାଜପା ପକ୍ଷରୁ ବିଶାଳ ମିଶ୍ରଣ ପର୍ବ ହେବ । ଏଥିରେ ନୂଆପଡ଼ାର ଶହେରୁ ଅଧିକ ବର୍ତ୍ତମାନର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର, ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ବିଭିନ୍ନ ଦଳ ଛାଡ଼ି ଭାଜପାରେ ସାମିଲ ହେବେ । ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ନୂଆପଡ଼ାରେ ପହଞ୍ଚି ସମସ୍ତ କାର୍ଯ୍ୟର ସୁପରିଚାଳନାର ବନ୍ଦୋବସ୍ତ କରୁଛନ୍ତି ।

ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?