Posted inଜାତୀୟ

‘ନୀତୀଶ କୁମାରଙ୍କୁ ଧୋକା ଦେଇଛି ଭାଜପା’

ପାଟନା,୧୦।୮: ବିହାରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ପରେ ଜେଡିୟୁ ଜାତୀୟ ସଭାପତି ଲଲାନ ସିଂ ଭାଜପାକୁ କଡ଼ ଟାର୍ଗେଟ୍‌ କରିଛନ୍ତି। ଭାଜପା ନୀତୀଶ କୁମାରଙ୍କ ପ୍ରତି ବିଶ୍ୱାସଘାତକତା କରିଛି ବୋଲି ସେ ଅଭିଯୋଗ କରିଛନ୍ତି। ନୀତୀଶ କୁମାର ପୂର୍ବରୁ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନ ଥିଲେ କିନ୍ତୁ ତାଙ୍କୁ ଜବରଦସ୍ତ ମୁଖ୍ୟମନ୍ତ୍ରୀ କରାଗଲା। ନୀତୀଶ କୁମାର ଅନ୍ଧ ଭାବେ ଭାଜପା ଉପରେ ବିଶ୍ୱାସ କରୁଥିଲେ କିନ୍ତୁ ଭାଜପା ତାଙ୍କ ପିଠିରେ ଛୁରାଘାତ କରିଛି। ୨୦୨୦ ନିର୍ବାଚନରେ ଆମର କାର୍ଯ୍ୟକର୍ତ୍ତାମାନେ ଭାଜପାକୁ ବିଜୟ ଦେଇଥିଲେ। କିନ୍ତୁ ସେମାନଙ୍କ କାର୍ଯ୍ୟକର୍ତ୍ତା ଆମକୁ ପରାସ୍ତ କରିବାକୁ କାର୍ଯ୍ୟ କରିଥିଲେ। ଏହି କାରଣରୁ ଆମେ ଏନଡିଏରେ ରହିବୁ ନାହିଁ ବୋଲି ନିଷ୍ପତ୍ତି ନେଇଥିଳୁ ବୋଲି ସେ କହିଛନ୍ତି।
ଲଲାନ ସିଂ ଆହୁରି ମଧ୍ୟ କହିଛନ୍ତି, ବହୁ ଭାଜପା ନେତା ଜନମତ ସହ ଖେଳାଯାଇଛି ବୋଲି ମନ୍ତବ୍ୟ ଦେଉଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ବିଶ୍ୱାସଘାତକ ନୁହେଁ। ଜେଡିୟୁ ଅରୁଣାଚଳ ପ୍ରଦେଶରେ ୭ଟି ଆସନ ଜିତିଥିଲା। ଆମର ୬ ଜଣ ବିଧାୟକଙ୍କୁ ନିଜ ଦଳରେ ସାମିଲ କରିନେଇଥିଲେ। ୨୦୧୯ରେ ଭାଜପା ଆବଶ୍ୟକ କରୁଥିଲା ତେଣୁ କୌଣସି ବିଶୃଙ୍ଖଳା ହେଲା ନାହିଁ। ୨୦୨୦ ଭାଜପା ଜେଡିୟୁର ଏକମାତ୍ର ବିଧାୟକଙ୍କୁ ମଧ୍ୟ ନିଜ ଦଳରେ ସାମିଲ କରି ଷଡଯନ୍ତ୍ର ରଚିଲା।
ସୂଚନାଯୋଗ୍ୟ, ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗି ଯାଇଥିଲା। ଜେଡିୟୁର ଅଭିଯୋଗ ଥିଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା। ଶେଷରେ ଭାଜପାଠାରୁ ଦୂରେଇ ନୀତୀଶ କୁମାର ଆରଜେଡି ସହ ମିଶି ରାଜ୍ୟରେ ସରକାର ଗଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri