Posted inଜାତୀୟ

୧୭ବିରୋଧୀ ଏମ୍‌ପି କରିଛନ୍ତି କ୍ରସ ଭୋଟିଂ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଭୋଟଗଣନା ଜାରି ରହିଛି। ଭୋଟଗଣନାର ଦୁଇ ରାଉଣ୍ଡ ଶେଷ ହୋଇଛି। ଏପର୍ଯ୍ୟନ୍ତ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପଛରେ ପକାଇଦେଇଛନ୍ତି। ଦ୍ୱିତୀୟ ରାଉଣ୍ଡ ଗଣନାରେ ଦ୍ରୌପଦୀ ମୁର୍ମୁ ମୋଟ ୧୩୪୯ ଭୋଟ ହାତେଇଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ଏପର୍ଯ୍ୟନ୍ତ ୫୩୭ ଭୋଟ ମିଳିଛି। ଦ୍ୱିତୀୟ ରାଉଣ୍ଡରେ ମୁର୍ମୁ ୮୦୯ ଭୋଟ ଏବଂ ଯଶୱନ୍ତ ସିହ୍ନା ୩୨୯ ଭୋଟ ପାଇଛନ୍ତି। ଦ୍ୱିତୀୟ ଗଣନା ଶେଷ ହେବା ପରେ ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ହୋଇଥିବା ମନେ ହେଉଛି। ଇତିମଧ୍ୟରେ ଭାଜପା ପକ୍ଷରୁ ଏକ ଦାବି କରାଯାଇଛି। ଭାଜପା ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପ୍ରଥମ ରାଉଣ୍ଡରେ ମୁର୍ମୁଙ୍କୁ ୫୨୩ ଏମ୍‌ପିଙ୍କ ଭୋଟ ମିଳିବା ଅନୁମାନ କରାଯାଉଥିଲା। କିନ୍ତୁ ଏହି ରାଉଣ୍ଡରେ ମୁର୍ମୁ ୫୪୦ ଭୋଟ ପାଇଥିଲେ। ଏଭଳି ପରିସ୍ଥିତିରେ କ୍ରସ ଭୋଟିଂ ହୋଇଥିବା ଚର୍ଚ୍ଚା ହେଉଛି। ବିରୋଧୀ ଦଳର ୧୭ଏମ୍‌ପି ଏନ୍‌ଡିଏ ସପକ୍ଷରେ ଭୋଟ ଦେଇଛନ୍ତି ବୋଲି ଭାଜପା ଦାବି କରିଛି। ସୂଚନାଯୋଗ୍ୟ, ପ୍ରଥମ ରାଉଣ୍ଡରେ ଲୋକ ସଭା ଏବଂ ରାଜ୍ୟ ସଭା ଏମ୍‌ପିଙ୍କ ଭୋଟ ଗଣତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri