ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍‌ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍‌-୯ କ୍ୱାର୍ଟର୍ସ ନଂ.୧ଆର୍‌/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ ଟାୱାର ଲାଇନ୍‌ର ୪ ଫୁଟ ଉଚ୍ଚରେ ଶୁକ୍ରବାର ସକାଳେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ପୋଲିସ ଜବତ କରିଛି। ପୋଲିସ ଅଶୋକଙ୍କ ମୃତଦେହକୁ ଜବତକରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଅଶୋକଙ୍କୁ କେହି ହତ୍ୟାକରି ଝୁଲାଇ ଦେଇଥିବା ପରିବାର ଲୋକ ସନ୍ଦେହ କରିଛନ୍ତି। ଏନେଇ ଅଶୋକଙ୍କ ସ୍ତ୍ରୀ ଶହୀଦନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀଙ୍କ କହିବା କଥା, ଅଶୋକ ଗୁରୁବାର ରାତି ପ୍ରାୟ ୧ଟାରେ ଘରୁ ବାହାରକୁ ଆସିଥିଲେ। ଏକ ସିଗାରେଟ୍‌ ଟାଣି ଘରକୁ ଫେରି ଆସିବେ ବୋଲି ସ୍ତ୍ରୀଙ୍କୁ କହିଥିଲେ। ହେଲେ ଆଉ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ସହ ଅଶୋକଙ୍କୁ କଲ୍‌ କରିଥିଲେ। ମାତ୍ର ସେ ମୋବାଇଲ ରିସିଭ୍‌ କରି ନ ଥିଲେ। ତେବେ ଅଶୋକଙ୍କ ମୃତଦେହ ଏକ କପଡ଼ାରେ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ମୃତଦେହ ଚିହ୍ନଟ କରି ଅଶୋକଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ପୋଲିସ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ତଦନ୍ତ ଜାରି ରଖିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri