ପାଟଣା, ତୁରୁମୁଙ୍ଗା ଥାନାରେ ଏତଲା ଦେଲା ଭାଜପା

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ପକ୍ଷରୁ ଭୁବନେଶ୍ୱରରେ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ଆକ୍ରମଣ ପ୍ରତିବାଦରେ ଶୁକ୍ରବାର ପାଟଣା ଓ ତୁରୁମୁଙ୍ଗା ଥାନାରେ ଏତଲା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସମର୍ଥକଙ୍କ ସହ ଗତ ମଙ୍ଗଳବାର ବିଧାନ ସଭା ଘେରାଉ କରିଥିଲେ। ସେହି ସମୟରେ ପୋଲିସ ଭାଜପା କର୍ମକର୍ତ୍ତାଙ୍କୁ ଆକ୍ରମଣ କରି ଗିରଫ କରିଥିଲା। ଏହି ଆକ୍ରମଣ ଓ ଗିରଫଦାରିକୁ ବେଆଇନ ବୋଲି ଅଭିଯୋଗ କରି ପାଟଣା ଭାଜପା କର୍ମକର୍ତ୍ତା ପାଟଣା ଥାନାରେ ଅଧିକାରୀ ମନୋରଞ୍ଜନ ପ୍ରଧାନଙ୍କୁ ଏତଲା ଦେଇଛନ୍ତି। ଏଥିରେ ଭାଜପା ଜିଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସବୀର ଦାଶଙ୍କ ସହ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ମହିଳା ନେତ୍ରୀ ସୋମବାରି ମୁଣ୍ଡା, ଟାଙ୍ଗରପଡ଼ା ସରପଞ୍ଚ ଅନିରୁଦ୍ଧ ନାଏକ, ପାଟଣା ମଣ୍ଡଳ ସଭାପତି ରମେଶ ମହାନ୍ତ, ଯୁବମୋର୍ଚ୍ଚା ନେତା ନିତେଶ ମହାନ୍ତ, ସୁଜିତ ଦାଶ, କୃଷ୍ଣ ଚନ୍ଦ୍ର ମହାନ୍ତ, ମଧୁସୂଦନ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଏପରିକି ମଣ୍ଡଳ ସଭାପତି ମିତ୍ର ଭାନୁ ମହାନ୍ତ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ବରିଷ୍ଠ ଭାଜପା ନେତା ଅଖିଳ ନାଏକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟବ୍ରତ ନାଏକ, ପ୍ରିୟରଞ୍ଜନ ସିଂ, ଜୁଲିୟସ ସିଂ ପ୍ରମୁଖ ତୁରୁମୁଙ୍ଗା ଥାନାରେ ମଧ୍ୟ ଏକ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri