ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ଗତ ଜୁନ୍‌ ୩୦ରୁ ନିର୍ଲିପ୍ତ ଭୋଳ ଏବଂ ତାଙ୍କ ସ୍ତ୍ରୀ ସୁଭଦ୍ରା ସ୍ବାଇଁ ତେଲେଙ୍ଗାନାରୁ ଫେରି କ୍ୱାରେଣ୍ଟାଇନ ସେଣ୍ଟେରରେ ଥିଲେ। ଗତ ୧ରେ ହଠାତ୍‌ ନିଲିପ୍ତ ଭୋଳଙ୍କ ଦେହ ଖରାପ ହେବା ଯୋଗୁ ସୁଭଦ୍ରା ତାଙ୍କୁ ଜଗତସିଂହପୁର ହସ୍ପିଟାଲକୁ ନେଇଥିଲେ। ସେଠାରେ ତାଙ୍କୁ ଆଇସୋଲେଶନ ୱାର୍ଡରେ ରଖାଯାଇଥିଲା। ପରଦିନ ତାଙ୍କ ଛାତିରେ ଯନ୍ତ୍ରଣା ହେବା ସମୟରେ ସୁଭଦ୍ରା ମେଡିକାଲ ଡ୍ୟୁଟିରେ ଥିବା ସିଡିଏମଓ ବିଜୟ ପଣ୍ଡା ଏବଂ ଡା. ଅଜୟ ସ୍ବାଇଁଙ୍କୁ ଚିକିତ୍ସା ପାଇଁ ଅନୁରୋଧ କରିଥିଲେ। କିନ୍ତୁ ସେମାନେ ଗୁରୁତର ହୋଇଥିବା ନିର୍ଲିପ୍ତଙ୍କୁ ଚିକିତ୍ସା କରି ନ ଥିଲେ। ଚିକିତ୍ସା ଅଭାବରୁ ଦୀର୍ଘ ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମିୟମ୍ରାଣ ହୋଇ ସୁଭଦ୍ରା ମେଡିକାଲରେ ନିଜ ହାତକୁ ଏକ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲେ। ମେଡିକାଲର ଷ୍ଟାଫ ଏହି ଘଟଣା ଦେଖିବା ପରେ ମଧ୍ୟ କେହି ତାଙ୍କୁ ଉଦ୍ଧାର କରି ନ ଥିଲେ। ପରେ ସେ ବେକରେ ଲୁଗା ଲଗାଇ ଆତ୍ମହତ୍ୟା କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ଭାଜପାର ଏସସି ମୋର୍ଚ୍ଚା ସଭାପତି ବିଭୁ ତରାଇଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟି ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri