Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି ସେ ବିଜୟୀ ଘୋଷିତ ହେବେ ତା’ପରେ ପରେ ସାରା ଦେଶରେ ଉତ୍ସବ ପାଳନ କରାଯିବ । ବିଶେଷ କରି ଦେଶରେ ଥିବା ପାଖାପାଖି ୧ ଲକ୍ଷ ୩୦ ହଜାର ଗାଁରେ ଉତ୍ସବ ପାଳନ କରିବାକୁ ଭାଜପା ନିର୍ଦ୍ଦେଶ ଦେଇଛି ।

ଏହାସହ ଦେଶର ସବୁ ମଣ୍ଡଳରେ ବି ଦ୍ରୌପଦୀଙ୍କ ବିଜୟକୁ ନେଇ ଉତ୍ସବ ପାଳନ କରାଯିବ । ପାଖାପାଖି ୧୫ ହଜାର ମଣ୍ଡଳରେ ଭାଜପା ଉତ୍ସବ ପାଳନ କରିବାକୁ ପ୍ରସ୍ତୁତ ରହିଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ଭାଜପାର ଲକ୍ଷ୍ୟ ହେଉଛି ଦେଶର ପ୍ରଥମ ଆଦିବାସୀ ମହିଳାଙ୍କୁ ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବାର ବିଜୟର ବାର୍ତ୍ତା ସାରା ଦେଶକୁ ଯାଉ । ବିଶେଷ କରି ଏହି ବାର୍ତ୍ତା ଆଦିବାସୀ ବହୁଳ ଅଞ୍ଚଳରେ ପହଞ୍ଚିବା ଦରକାର । ମୁଖ୍ୟଧାରାରୁ ଦୂରେଇ ରହୁଥିବା ଏହି ଆଦିବାସୀମାନଙ୍କୁ ସଭିଙ୍କ ସହ ଯୋଡିବାର ପ୍ରୟାସ କରିଛି ଭାଜପା । ଏହି ବିଜୟକୁ ସ୍ୱତନ୍ତ୍ର କରିବାକୁ ଚେଷ୍ଟା କରିଛି ଭାଜପା । ଏହାସହ ଭାଜପା ରାଜନୈତିକ ଭାବେ ବାର୍ତ୍ତା ଦେବାକୁ ଚାହୁଁଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ଏମିତି ଏକ ଦଳ ଯେ ଶାସନ ପାଇଁ ନୁହେ ବରଂ ଦେଶର ଦଳିତ ବର୍ଗଙ୍କ ପାଇଁ କାମ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?