ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି ପରେ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ଭାଜପା ମଣ୍ଡଳର ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତା ଥାନାକୁ ଯାଇ ନୂତନ ଇନ୍ସପେକ୍ଟରଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏହା ସହ ଦାରିଙ୍ଗବାଡିରେ ଘଟୁଥିବା ଟ୍ରାଫିକ ସମସ୍ୟାର ସମାଧାନ, ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ପୋଲିସ ପାଟ୍ରୋଲିଂକୁ ଆହୁରି କଡ଼ାକଡ଼ି କରିବାକୁ ନିବେଦନ କରିଛନ୍ତି । ଭାଇଚାରାର ସହର ଦାରିଙ୍ଗବାଡିରେ ଶୃଙ୍ଖଳା ବଜାୟ ରଖିବାକୁ ଆବଶ୍ୟକ ଗୁରୁତ୍ୱ, ଜନଗହଳିରେ ଲୋକଙ୍କୁ ସାମାଜିକ ସୁରକ୍ଷା ଆଦି ଉପରେ କଡ଼ା ନଜର ସହ ପର୍ଯ୍ୟଟନ କ୍ଷେତ୍ରରେ ପାଟ୍ରୋଲିଂ ରାତିରେ ପାଟ୍ରୋଲିଂକୁ କଡାକଡି କରିବାକୁ ଦଳ ପକ୍ଷରୁ ନୂତନ ଇନ୍ସପେକ୍ଟରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ନୂତନ ଇନ୍ସପେକ୍ଟର ସହ ଅନ୍ୟ ଜଣେ ସବଇନ୍ସପେକ୍ଟର ପ୍ରୋବେଶନରରେ ରହିଥିବାରୁ ତାଙ୍କୁ ମଧ୍ୟ ଦଳ ପକ୍ଷରୁ ସମ୍ବର୍ଦ୍ଦନା କରାଯାଇଥିଲା ଏହି ସମୟରେ ମଣ୍ଡଳ ସଭାପତିଙ୍କ ସମେତ ୨ ମଣ୍ଡଳ ସାଧାରଣ ସମ୍ପାଦକ ରଞ୍ଜନ କୁମାର ସାହୁ ରୁଦ୍ରମାଧବ ସାହୁ, ଜିଲା ଉପସଭାପତି ଅଜିତ କୁମାର ସାହୁ, ଜିଲା ସମ୍ପାଦକ ସନ୍ତୋଷ କୁମାର ସାହୁ, ମଣ୍ଡଳ ଉପସଭାପତି ସୁବାଷ ଚନ୍ଦ୍ର ସାହୁ, ଯୁବମୋର୍ଚ୍ଚାର ସଭାପତି ରୁଦ୍ର ନାରାୟଣ ବେହେରା, ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଦିଲେଶ ମୂଳି, ମହେନ୍ଦ୍ର ଦାସ, କାର୍ଯ୍ୟକାରୀ ସଦସ୍ୟ ଦିଲୀପ ସାହୁ, ମଣ୍ଟୁ ସାହୁ, ରଞ୍ଜିତ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଦାରିଙ୍ଗବାଡିରେ କାର୍ଯ୍ୟରତ ଆଇଆଇସି କନକ ମାଝିଙ୍କ ପଦନ୍ନୋତି ହୋଇ ଡିଏସପି ପାହ୍ୟାରେ ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ରହିଥିବାରୁ ଇନ୍ସପେକ୍ଟର ସଂଗ୍ରାମ କୁମାର ଜେନାଙ୍କୁ ଅତିରିକ୍ତ ଥାନା ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?