ଭାଜପା, କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ବିଜେଡି

ଭୁବନେଶ୍ବର, ୨୯।୪(ବ୍ୟୁରୋ): ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। କୋଟି କୋଟି ଚାଷୀ ଏବଂ ମତ୍ସ୍ୟଜୀବୀ ସେମାନଙ୍କ ଜୀବନ ଜୀବିକା ପାଇଁ ଏହା ଉପରେ ନିର୍ଭରଶୀଳ। ମହାନଦୀ ଓଡ଼ିଶାର ଅଧା ଜିଲା ଦେଇ ପ୍ରବାହିତ ହେଉଛି ଏବଂ ରାଜ୍ୟର ପ୍ରାୟ ୨.୫ କୋଟି ଲୋକଙ୍କୁ ଏହା ପ୍ରଭାବିତ କରିଥାଏ। ଓଡ଼ିଶା ଏବଂ ମହାନଦୀର ଇତିହାସ ପରସ୍ପର ସହ ଜଡ଼ିତ। ହେଲେ ଛତିଶଗଡ଼ର ବେଆଇନ କାର୍ଯ୍ୟ ଯୋଗୁ ମହାନଦୀ ଶୁଖିଲା ପଡ଼ିଥିବାବେଳେ ଉଭୟ କଂଗ୍ରେସ ଓ ଭାଜପା ଏହାକୁ ନେଇ କୁମ୍ଭୀର କାନ୍ଦଣା କାନ୍ଦୁଥିବା ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି।
ଶଙ୍ଖ ଭବନଠାରେ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଶ୍ରୀମୟୀ କହିଛନ୍ତି, ଓଡ଼ିଶା ମହାନଦୀର ସମୃଦ୍ଧି ସହ ସିଧାସଳଖ ଜଡ଼ିତ। ବିଜେଡି ନେତୃତ୍ବାଧୀନ ଓଡ଼ିଶା ସରକାର ଛତିଶଗଡ଼ର ଏହି ବେଆଇନ କାର୍ଯ୍ୟକଳାପକୁ ବନ୍ଦ କରିବାକୁ ଦାବି କରୁଥିଲେ ମଧ୍ୟ ସେମାନେ ତାହା କରୁନାହାନ୍ତି। ଯେତେବେଳେ ଓଡ଼ିଶା ସରକାର ଚାହୁଁଥିଲେ ଯେ କେନ୍ଦ୍ର ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବ, ସେତେବେଳେ ଜଣେ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ମହାନଦୀ ପ୍ରସଙ୍ଗରେ ଓଡ଼ିଶାର ଲୋକଙ୍କ ସ୍ବାର୍ଥ ପାଇଁ ଛିଡ଼ାହେବା ପରିବର୍ତ୍ତେ ଛତିଶଗଡ଼କୁ ସମର୍ଥନ କରିଥିଲେ। ଓଡ଼ିଶା କଂଗ୍ରେସ ନେତାମାନେ ମଧ୍ୟ ଦିଲ୍ଲୀ ଏବଂ ଛତିଶଗଡ଼ରେ ସେମାନଙ୍କ ଦଳ ସହ ହସ୍ତକ୍ଷେପ କରିବା ଜରୁରୀ। ହେଲେଉଭୟ କଂଗ୍ରେସ ଏବଂ ଭାଜପା ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ବୋଲି ଶ୍ରୀମୟୀ କହିଛନ୍ତି।
ଏ ପ୍ରସଙ୍ଗରେ ଭାଜପା ନେତା ଦିଲୀପ ମଲ୍ଲିକ କହିଛନ୍ତି, ବିଜେଡି ୨୩ ବର୍ଷ ଧରି ସରକାରରେ ରହି ଶାସନ କରୁଛି ନା ମଇଦାନରେ ଫୁଟ୍‌ବଲ ଖେଳୁଛିି। ଯଦି ସରକାରରେ ଅଛନ୍ତି ତେବେ ଓଡ଼ିଶା ପ୍ରଦେଶର ଦାୟିତ୍ୱ ଏବଂ ସୁରକ୍ଷା ତାଙ୍କର କାମ ନୁହେଁ କି ବୋଲି ସେ ପ୍ରଶ୍ନ କରିଛନ୍ତି। କେତେବେଳେ ଖଣ୍ଡେ ଚିଠି ଲେଖି ତ କେତେବେଳେ ନିଜ ଦଳର ପ୍ରବକ୍ତାଙ୍କୁ ଲଗାଇ ରାଜନୈତିକ ବିବୃତି ଦେଇଦେଲେ ମହାନଦୀ ସୁରକ୍ଷିତ ହେବ ନାହିଁ କି ଓଡ଼ିଶାର ବିକାଶ ହେବ ନାହିଁ। ଓଡ଼ିଶାର ଜୀବନରେଖା ମହାନଦୀ ବୋଲି କହି ଆସୁଥିବା ବିଜେଡି ସରକାର ଗତ ୨୩ ବର୍ଷ ମଧ୍ୟରେ ମହାନଦୀ ସୁରକ୍ଷା ନେଇ କ’ଣ ପଦକ୍ଷେପ ନେଇଛନ୍ତି ତାହା ପ୍ରଥମେ ରାଜ୍ୟବାସୀଙ୍କ ଆଗରେ ପ୍ରକାଶ କରନ୍ତୁ ବୋଲି ଦିଲୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri