ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ ମୁହାଁମୁହିଁ ହୋଇଛନ୍ତି l ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ତିହିଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଣ୍ଡଗୋଳକୁ ନିୟନ୍ତ୍ରଣ କରିଥିବା ଜଣାଯାଇଛି l ରାସ୍ତା ନିର୍ମାଣ ପାଇଁ ଏଫଡ଼ିଆରରେ ୧ଲକ୍ଷ ୯୮ ହଜାର ଟଙ୍କା ଅନୁଦାନ ମିଳିଥିଲା l ତେବେ ଏହି ନିର୍ମାଣ କାର୍ଯ୍ୟ କରିବାକୁ ଉଭୟ ଭାଜପା ଓ କଂଗ୍ରେସ କର୍ମୀମାନେ ଉଦ୍ୟମ କରିଥିଲେl ଏପରିକି ଉଭୟ ଦଳ ପକ୍ଷରୁ ୨ଟି ଫଳକ ମଧ୍ୟ ନିର୍ମାଣ କରାଯିବା ସହ ରାସ୍ତା ନିର୍ମାଣ ସାମଗ୍ରୀ ମଧ୍ୟ ମହଜୁଦ ରଖାଯାଇଥିଲା l ମଙ୍ଗଳବାର ସକାଳେ ଉଭୟ ଦଳର କର୍ମୀମାନେ କାର୍ଯ୍ୟ କରିବାକୁ ଉଦ୍ୟମ କରିବାରୁ ଗଣ୍ଡଗୋଳ ଉପୁଜିଥିଲା। ଏହା ସଂଘର୍ଷର ରୂପ ନେବାରୁ ଆଇଆଇସି ପ୍ରସନ୍ନ କୁମାର ନାୟକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲେ l ତେବେ ଭାଜପା ପକ୍ଷରୁ ରାସ୍ତା ନିର୍ମାଣ କରାଯାଉଥିବା ବେଳେ ସେଠାରେ ପୋଲିସ ମୁତୟନ ଥିବା ଜଣାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri