Posted inଜାତୀୟ

ଇନ୍ଦୋରରେ ଭାଜପା-କଂଗ୍ରେସ କୋଳାକୋଳି, ସୋସିଆଲ ମିଡିଆରେ ଭାଇରାଲ…

ଇନ୍ଦୋର,୯।୧୦ : ମଧ୍ୟପ୍ରଦେଶର ଆର୍ଥିକ ରାଜଧାନୀ ଇନ୍ଦୋରରେ ରାଜନୀତିର ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଯାହା ଦେଶର ଗଣତନ୍ତ୍ରକୁ ସୁଦୃଢ଼ କରିଛି। ବାସ୍ତବରେ, କଂଗ୍ରେସ ଏବଂ ଭାଜପାର ଦୁଇ ବଡ ନେତା ରାଜନୀତି ଭିନ୍ନ ଭିନ୍ନ ଚିନ୍ତାଧାରା ଛାଡି ପରସ୍ପରକୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଥିଲା। କଂଗ୍ରେସ ବିଧାୟକ ସଞ୍ଜୟ ଶୁକ୍ଲା ଏବଂ ଭାଜପାର ଜାତୀୟ ମହା ସଚିବ ତଥା ବିଧାନସଭା ପ୍ରାର୍ଥୀ କୈଲାସ ବିଜୟଭର୍ଗୀୟ ଉଭୟ ଏଭଳି କରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

କୈଳାସ ବିଜୟଭର୍ଗୀୟ ଘୋଷିତ ପ୍ରାର୍ଥୀ, କିନ୍ତୁ ସଞ୍ଜୟ ଶୁକ୍ଲାଙ୍କ ପ୍ରାର୍ଥୀତ୍ୱ ଆନୁଷ୍ଠାନିକ ଘୋଷଣା ଏପର୍ଯ୍ୟନ୍ତ କରାଯାଇ ନାହିଁ। ସଞ୍ଜୟ ଶୁକ୍ଲା ତାଙ୍କ ବିବୃତ୍ତିରେ ଅନେକ ଥର କହିଛନ୍ତି ବିଜୟଭର୍ଗୀୟ ତାଙ୍କ ପିତାଙ୍କ ପରି ଏବଂ ସେ ତାଙ୍କ ପୁଅଙ୍କ ପରି। ସେ ବିଜୟଭର୍ଗୀୟର ପାଦ ଛୁଇଁ ପ୍ରମାଣ କରିଛନ୍ତି। ବିଜୟଭର୍ଗୀୟ ଏବଂ ସଞ୍ଜୟ ଶୁକ୍ଲାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଏକ ସଭାରେ ବସି ନଇଁପଡି ସଞ୍ଜୟ ତାଙ୍କ ପାଦକୁ ସ୍ପର୍ଶ କରିଥିଲେ। ଏହା ପରେ ବିଜୟଭର୍ଗୀୟ ତାଙ୍କ ପିଠିକୁ ଥାପୁଡାଇଆଶୀର୍ବାଦ କରି ଆଲିଙ୍ଗନ କରିଥିଲେ। ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଥିବା ବିଜୟଭର୍ଗୀୟ ଏବଂ ସଞ୍ଜୟ ରାଜନୀତିର ଏକ ସୁନ୍ଦର ଉଦାହରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri