ଆଜି ଭାଜପା, କଂଗ୍ରେସ ବିଧାୟକ ଦଳ ବୈଠକ

ଭୁବନେଶ୍ବର, ୨୩ା୧୧(ବ୍ୟୁରୋ): ବିଧାନସଭାର ଷୋଡଶ ଅଧିବେଶନ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଉଭୟ ଶାସକ ଏବଂ ବିରୋଧୀ ନିଜ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଲେଣି। ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଚାଲିଥିବାରୁ ବିରୋଧୀଙ୍କ ପକ୍ଷରୁ କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଶାସକ ଦଳକୁ ଟାର୍ଗେଟ କରିବାକୁ ଯୋଜନା କରାଯାଇଥିବା ଜଣାପଡିଛି। ତେବେ ଶାସକ ଦଳ ମଧ୍ୟ କେନ୍ଦ୍ର ସରକାରଙ୍କ ବିରୋଧରେ ଅନେକ ଗୁଡିଏ ପ୍ରସଙ୍ଗକୁ ଏକାଠି କରି ବିରୋଧୀଙ୍କୁ ଟାର୍ଗେଟ କରିବା ଯୋଜନା କରାଯାଇଛି। ତେବେ ଆସନ୍ତା ୨୪ ତାରିଖ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଏହି ବୈଠକ ବସିବାକୁ ଥିବାବେଳେ କେଉଁସବୁ ପ୍ରସଙ୍ଗରେ ବିରୋଧୀଙ୍କ ମୁକାବିଲା କରାଯିବ ସେନେଇ ମୁଖ୍ୟତଃ ଆଲୋଚନା କରାଯିବ। ସେହିପରି ଭାଜପା ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନରେ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ। ବୈଠକରେ ଦଳର ରାଜ୍ୟ ପ୍ରଭାରୀ, ସଭାପତିଙ୍କ ସମେତ ବିଧାୟକ ଓ ଅନ୍ୟ କେତେଜଣ ବରିଷ୍ଠ ନେତା ଯୋଗଦେବେ। ଏଥିରେ ଦଳ କେଉଁସବୁ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ସେନେଇ ସ୍ଥିର କରିବ। ମୁଖ୍ୟତଃ ଚାଷୀ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ମୁଖ୍ୟ ପ୍ରସଙ୍ଗ କରିବ ବୋଲି ଜଣାପଡିଛି। ଅନ୍ୟପଟେ କଂଗ୍ରେସ ବିଧାୟକ ଦଳ ବୈଠକ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହେବ। ଏଥିରେ କଂଗ୍ରେସ ପକ୍ଷରୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ କେଉଁସବୁ ପ୍ରସଙ୍ଗ ଉଠାଯିବ ସେନେଇ ଆଲୋଚନା ହେବ। କଂଗ୍ରେସ ମୁଖ୍ୟତଃ ଚାଷୀ ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟକୁ ଟାର୍ଗେଟ କରିବ। ଏହାସହ ଅନ୍ୟ କେତେଗୁଡିଏ ପ୍ରସଙ୍ଗରେ ମଧ୍ୟ ବିଧାନସଭା ଘେରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?