ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଭାଜପା-କଂଗ୍ରେସ ବାକ୍‌ଯୁଦ୍ଧ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏହାକୁ ସମର୍ଥନ କରିସାରିଛି। ହେଲେ କଂଗ୍ରେସ କିନ୍ତୁ ନୀତିଗତ ଭିନ୍ନତା କଥା ଦର୍ଶାଇ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବା ଲାଗି ସିଧାସଳଖ ମନା କରିଦେଇଛି। ଏହାକୁ ନେଇ ଭାଜପା କଂଗ୍ରେସକୁ ଟାର୍ଗେଟ କରିବା ସାଙ୍ଗକୁ ଓଡ଼ିଆ କାର୍ଡ ଖେଳିବା ଆରମ୍ଭ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ରାଜ୍ୟର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀ ଦୀର୍ଘଦିନ ଧରି କଂଗ୍ରେସକୁ ଶାସନ କ୍ଷମତାରେ ବସାଇଥିଲେ। ଏବେ ଜଣେ ଓଡ଼ିଆ ଆଦିବାସୀ ଝିଅ ଦେଶ ସମ୍ବିଧାନର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହୋଇ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ହେଲେ ରାଜ୍ୟ କଂଗ୍ରେସ ଏହାକୁ ବିରୋଧ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଭାଜପା ୧୯୯୭ରେ ରାଷ୍ଟ୍ରପତି ପଦ ପାଇଁ ଦଳିତ ବର୍ଗର କେ.ଆର୍‌.ନାରାୟଣନଙ୍କୁ ଖୋଲାଖୋଲି ସମର୍ଥନ କରିଥିଲା। ସେହିପରି ଯେତେବେଳେ ଭି.ଭି.ଗିରି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ ସେତେବେଳେ ନିଜ ବିବେକ ଅନୁସାରେ ଭୋଟ ଦେବାକୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଆହ୍ବାନ କରିଥିଲେ। ଓଡ଼ିଶାର କଂଗ୍ରେସ ବନ୍ଧୁମାନେ ରାଜ୍ୟର ଗର୍ବ, ଗୌରବ ଏବଂ ଅସ୍ମିତାକୁ ପ୍ରାଧାନ୍ୟ ଦେଇ ମୁର୍ମୁଙ୍କୁ ସମର୍ଥନ କଲେ କ’ଣ କ୍ଷତି ହେବ ବୋଲି ସମୀର ପ୍ରଶ୍ନ କରିଛନ୍ତି। କଂଗ୍ରେସର ଭୂମିକାକୁ ନେଇ ଭବିଷ୍ୟତରେ ରାଜ୍ୟବାସୀ ତା’ର ବିଚାର କରିବେ ବୋଲି ସମୀର କହିଛନ୍ତି।
ଅନ୍ୟପକ୍ଷରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିବା ଭାଜପାର ନିଷ୍ପତ୍ତି, ଓଡ଼ିଆଙ୍କର ନୁହେଁ। ଭାଜପା ଭଳି କଂଗ୍ରେସ ମଧ୍ୟ ନିଜର ପ୍ରାର୍ଥୀ ଦେଇଛି। ତାଙ୍କୁ ସେମାନେ ସମର୍ଥନ କରିବେ। ଭାଜପା କେବଳ ଦୋଷ ଲଦି ରାଜନୀତି ମାଧ୍ୟମରେ ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ସାଧାରଣ ଜନତା ସମସ୍ତ କଥା ଜାଣନ୍ତି। ବିଜେଡି-ଭାଜପାର କୌଣସି ରଣନୀତି କାମ ଦେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri