ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଭାଜପା-କଂଗ୍ରେସ ବାକ୍‌ଯୁଦ୍ଧ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏହାକୁ ସମର୍ଥନ କରିସାରିଛି। ହେଲେ କଂଗ୍ରେସ କିନ୍ତୁ ନୀତିଗତ ଭିନ୍ନତା କଥା ଦର୍ଶାଇ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବା ଲାଗି ସିଧାସଳଖ ମନା କରିଦେଇଛି। ଏହାକୁ ନେଇ ଭାଜପା କଂଗ୍ରେସକୁ ଟାର୍ଗେଟ କରିବା ସାଙ୍ଗକୁ ଓଡ଼ିଆ କାର୍ଡ ଖେଳିବା ଆରମ୍ଭ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ରାଜ୍ୟର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀ ଦୀର୍ଘଦିନ ଧରି କଂଗ୍ରେସକୁ ଶାସନ କ୍ଷମତାରେ ବସାଇଥିଲେ। ଏବେ ଜଣେ ଓଡ଼ିଆ ଆଦିବାସୀ ଝିଅ ଦେଶ ସମ୍ବିଧାନର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହୋଇ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ହେଲେ ରାଜ୍ୟ କଂଗ୍ରେସ ଏହାକୁ ବିରୋଧ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଭାଜପା ୧୯୯୭ରେ ରାଷ୍ଟ୍ରପତି ପଦ ପାଇଁ ଦଳିତ ବର୍ଗର କେ.ଆର୍‌.ନାରାୟଣନଙ୍କୁ ଖୋଲାଖୋଲି ସମର୍ଥନ କରିଥିଲା। ସେହିପରି ଯେତେବେଳେ ଭି.ଭି.ଗିରି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ ସେତେବେଳେ ନିଜ ବିବେକ ଅନୁସାରେ ଭୋଟ ଦେବାକୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଆହ୍ବାନ କରିଥିଲେ। ଓଡ଼ିଶାର କଂଗ୍ରେସ ବନ୍ଧୁମାନେ ରାଜ୍ୟର ଗର୍ବ, ଗୌରବ ଏବଂ ଅସ୍ମିତାକୁ ପ୍ରାଧାନ୍ୟ ଦେଇ ମୁର୍ମୁଙ୍କୁ ସମର୍ଥନ କଲେ କ’ଣ କ୍ଷତି ହେବ ବୋଲି ସମୀର ପ୍ରଶ୍ନ କରିଛନ୍ତି। କଂଗ୍ରେସର ଭୂମିକାକୁ ନେଇ ଭବିଷ୍ୟତରେ ରାଜ୍ୟବାସୀ ତା’ର ବିଚାର କରିବେ ବୋଲି ସମୀର କହିଛନ୍ତି।
ଅନ୍ୟପକ୍ଷରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିବା ଭାଜପାର ନିଷ୍ପତ୍ତି, ଓଡ଼ିଆଙ୍କର ନୁହେଁ। ଭାଜପା ଭଳି କଂଗ୍ରେସ ମଧ୍ୟ ନିଜର ପ୍ରାର୍ଥୀ ଦେଇଛି। ତାଙ୍କୁ ସେମାନେ ସମର୍ଥନ କରିବେ। ଭାଜପା କେବଳ ଦୋଷ ଲଦି ରାଜନୀତି ମାଧ୍ୟମରେ ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ସାଧାରଣ ଜନତା ସମସ୍ତ କଥା ଜାଣନ୍ତି। ବିଜେଡି-ଭାଜପାର କୌଣସି ରଣନୀତି କାମ ଦେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri