Posted inଜାତୀୟ

ଭାଜପା ନିୟନ୍ତ୍ରଣରେ ୬୩୦ ଆସନ

ଲକ୍ଷ୍ନୌ, ୧୧।୭: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିବା ପରେ ଶନିବାର ଅନୁଷ୍ଠିତ ବ୍ଲକ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଗୈରିକ ଦଳ ବାଜିମାତ୍‌ କରିଛି। ରାଜ୍ୟର ମୋଟ ୮୨୫ ବ୍ଲକ୍‌ ପ୍ରମୁଖ ଆସନ ମଧ୍ୟରୁ ଭାଜପା ସମର୍ଥତ୍ତ ପ୍ରାର୍ଥୀ ୬୩୦ରୁ ଊର୍ଦ୍ଧ୍ୱ ଆସନରେ ବିଜୟୀ ହୋଇଛନ୍ତି। ଗ୍ରାମାଞ୍ଚଳରେ ଭାଜପା ନିଜର ବହୁଳ ଉପସ୍ଥିତିକୁ ପୁଣିଥରେ ପ୍ରମାଣିତ କରିପାରିଛି। ଶନିବାର ଦିନ ୧୧ରେ ଭୋଟଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିଥିଲା। ଏହା ପରେ ଭୋଟଗଣତି ଆରମ୍ଭ ହୋଇଥିଲା। ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାରୁ ଏହା ପୂର୍ବରୁ ବ୍ଲକ୍‌ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ଗୁରୁତ୍ୱ ଦିଆଯାଉଛି। ତେବେ ମତଦାନ ବେଳେ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟିଯାଇଛି। ହମିରପୁର ଜିଲାରେ ଭାଜପା କର୍ମୀମାନେ ସମାଜବାଦୀ ପାର୍ଟି କର୍ମୀମାନଙ୍କୁ ଆକ୍ରମଣ କରିବା ସହ ଭୋଟରମାନଙ୍କୁ ବୁଥ୍‌ ମଧ୍ୟକୁ ଛାଡ଼ି ନ ଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣ ବେଳେ ପୋଲିସ ଉପରେ ମାଡ଼ ହେବା ସହ କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ସେହିପରି ଚନ୍ଦାଉଲି, ଇଟାଓ୍ବା ଏବଂ ଅଯୋଧ୍ୟା ଜିଲାରେ ଭାଜପା ଏବଂ ସମାଜବାଦୀ ପାର୍ଟି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ନାମାଙ୍କନ ପତ୍ର ଦାଖଲ ବେଳେ ମହିଳା ପ୍ରାର୍ଥୀଙ୍କୁ ଅସଦ୍‌ବ୍ୟବହାର ଏବଂ ଭୋଟ ବେଳେ ହିଂସାକାଣ୍ଡକୁ ନେଇ ରାଜ୍ୟ ଭାଜପା ସରକାରକୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri