ଭାଜପା କୋର୍‌ କମିଟି ବୈଠକ: ଧର୍ମେନ୍ଦ୍ର ପ୍ରଧାନ ଅନୁପସ୍ଥିତ, ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୩ା୧୦(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର କିଭଳି ଅଧିକ ସଶକ୍ତ ହେବ ଏବଂ ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରିବ ସେନେଇ ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ କୋର୍‌ କମିଟି ବୈଠକରେ ମାନସମନ୍ଥନ ହୋଇଛି। ନୂଆପଡ଼ା ଉପନିର୍ବାଚନ ବିଷୟରୁ ଆରମ୍ଭ ହୋଇ ବିକଶିତ ଓଡ଼ିଶା ପ୍ରସଙ୍ଗରେ ବୈଠକ ଶେଷ ହୋଇଥିଲା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନୂଆପଡ଼ା ବିଜୟ ଥିଲା ମୁଖ୍ୟ ପ୍ରସଙ୍ଗ। ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରାଯିବା ନେଇ ଏକପ୍ରକାର ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ସେହିପରି ଦଳୀୟ ନେତା ବସନ୍ତ ପଣ୍ଡାଙ୍କୁ ସାନ୍ତ୍ୱନା ଦିଆଯିବା ସହିତ ବିଜେଡି ଏବଂ କଂଗ୍ରେସର କେଉଁମାନେ ଭାଜପା ଯୋଗାଯୋଗରେ ରହିଛନ୍ତି ଏବଂ ସେମାନଙ୍କୁ କିଭଳି ଦଳରେ ମିଶ୍ରଣ କରାଯିବ ତା’ ଉପରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ଦଳର ପ୍ରାର୍ଥୀ କିଭଳି ନୂଆପଡ଼ାରେ ଅଧିକ ଭୋଟ ବ୍ୟବଧାନରେ ଜିତିବେ ସେନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣେ ନେତାଙ୍କ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ପ୍ରତ୍ୟେକ ବୁଥ୍‌ସ୍ତରରୁ ନିର୍ବାଚନ ପରିଚାଳନାକୁ ଭାଜପା ପକ୍ଷରୁ ଗୁରୁତ୍ୱ ଦିଆଯିବ। ପଶ୍ଚିମ ଓଡ଼ିଶାର ଅଧିକ ନେତାଙ୍କୁ ଭୋଟ ବେଳେ ଗୁରୁଦାୟିତ୍ୱ ପ୍ରଦାନ କରାଯିବ। ଏହି ଅବସରରେ ରାଜ୍ୟର ବିକାଶ ଲାଗି ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନାକୁ କିଭଳି ଅଧିକ ତ୍ୱରାନ୍ବିତ କରାଯାଇ ପାରିବ ଏବଂ ଆସନ୍ତା ୩ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯିବାକୁ ରହିଛି ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଅବଗତ କରାଇଥିଲେ। ରାଜ୍ୟକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଜାରି ରହିଥିବା ଉଦ୍ୟମ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ।
ସେହିପରି ରାଜ୍ୟରେ ୧୬ମାସ ଧରି ଖାଲି ପଡ଼ିଥିବା ନିଗମ ଅଧ୍ୟକ୍ଷ ପଦ ପୂରଣ ଓ ସଙ୍ଗଠନ ସୁଦୃଢ଼ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଅଧିକାଂଶ ନିଗମ ଲାଗି ଚୂଡ଼ାନ୍ତ ନିଷ୍ପତ୍ତି ହୋଇସାରିଛି। ଆଗକୁ ନୂଆପଡ଼ା ଉପନିର୍ବାଚନ ରହିଥିବାରୁ ନିଗମ ଅଧ୍ୟକ୍ଷମାନଙ୍କ ନାମ ଘୋଷଣାକୁ ଘୁଞ୍ଚାଯାଇଛି। ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବା ଲାଗି ପଦପଦବୀ ବଣ୍ଟନ ଉପରେ ଏକପ୍ରକାର ନିଷ୍ପତ୍ତି ନିଆଯାଇଥିବା ଆଲୋଚନାରୁ ଜଣାପଡ଼ିଛି।
ବୈଠକରେ ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ବରିଷ୍ଠ କେନ୍ଦ୍ରୀୟ ନେତା ତଥା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ଏମ୍‌ପି ବସନ୍ତ ପଣ୍ଡା, ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ପୁରୀ ଏମ୍‌ପି ଡ. ସମ୍ବିତ ପାତ୍ର ଓ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। କୋର୍‌ କମିଟି ସଦସ୍ୟ ତଥା ବାଚସ୍ପତି ସୁରମା ପାଢ଼ୀ ବିଦେଶ ଗସ୍ତରେ ଥିବାରୁ ବୈଠକରେ ଯୋଗଦେଇ ପାରିନାହାନ୍ତି। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ବୈଠକରେ ଅନୁପସ୍ଥିତ ଥିବା ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

‘କେରଳକୁ ନେଇ କିଛି କହିଲେ ନାହିଁ ଅର୍ଥମନ୍ତ୍ରୀ’, କାହିଁକି ନିର୍ମଳାଙ୍କୁ ଏମିତି କହିଲେ ଶଶି ଥରୁର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୨: ଶଶି ଥରୁର, ବଜେଟ 2026 ଉପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଥିଲେ ଯେ ବହୁତ କମ ବିବରଣୀ ଉପଲବ୍ଧ ଥିଲା। ସେ କହିଥିଲେ ଯେ ୩-୪ଟି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri