ଭାଜପା କୋର୍‌ କମିଟି ବୈଠକ: ଧର୍ମେନ୍ଦ୍ର ପ୍ରଧାନ ଅନୁପସ୍ଥିତ, ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୩ା୧୦(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର କିଭଳି ଅଧିକ ସଶକ୍ତ ହେବ ଏବଂ ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରିବ ସେନେଇ ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ କୋର୍‌ କମିଟି ବୈଠକରେ ମାନସମନ୍ଥନ ହୋଇଛି। ନୂଆପଡ଼ା ଉପନିର୍ବାଚନ ବିଷୟରୁ ଆରମ୍ଭ ହୋଇ ବିକଶିତ ଓଡ଼ିଶା ପ୍ରସଙ୍ଗରେ ବୈଠକ ଶେଷ ହୋଇଥିଲା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନୂଆପଡ଼ା ବିଜୟ ଥିଲା ମୁଖ୍ୟ ପ୍ରସଙ୍ଗ। ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରାଯିବା ନେଇ ଏକପ୍ରକାର ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ସେହିପରି ଦଳୀୟ ନେତା ବସନ୍ତ ପଣ୍ଡାଙ୍କୁ ସାନ୍ତ୍ୱନା ଦିଆଯିବା ସହିତ ବିଜେଡି ଏବଂ କଂଗ୍ରେସର କେଉଁମାନେ ଭାଜପା ଯୋଗାଯୋଗରେ ରହିଛନ୍ତି ଏବଂ ସେମାନଙ୍କୁ କିଭଳି ଦଳରେ ମିଶ୍ରଣ କରାଯିବ ତା’ ଉପରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ଦଳର ପ୍ରାର୍ଥୀ କିଭଳି ନୂଆପଡ଼ାରେ ଅଧିକ ଭୋଟ ବ୍ୟବଧାନରେ ଜିତିବେ ସେନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣେ ନେତାଙ୍କ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ପ୍ରତ୍ୟେକ ବୁଥ୍‌ସ୍ତରରୁ ନିର୍ବାଚନ ପରିଚାଳନାକୁ ଭାଜପା ପକ୍ଷରୁ ଗୁରୁତ୍ୱ ଦିଆଯିବ। ପଶ୍ଚିମ ଓଡ଼ିଶାର ଅଧିକ ନେତାଙ୍କୁ ଭୋଟ ବେଳେ ଗୁରୁଦାୟିତ୍ୱ ପ୍ରଦାନ କରାଯିବ। ଏହି ଅବସରରେ ରାଜ୍ୟର ବିକାଶ ଲାଗି ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନାକୁ କିଭଳି ଅଧିକ ତ୍ୱରାନ୍ବିତ କରାଯାଇ ପାରିବ ଏବଂ ଆସନ୍ତା ୩ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯିବାକୁ ରହିଛି ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଅବଗତ କରାଇଥିଲେ। ରାଜ୍ୟକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଜାରି ରହିଥିବା ଉଦ୍ୟମ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ।
ସେହିପରି ରାଜ୍ୟରେ ୧୬ମାସ ଧରି ଖାଲି ପଡ଼ିଥିବା ନିଗମ ଅଧ୍ୟକ୍ଷ ପଦ ପୂରଣ ଓ ସଙ୍ଗଠନ ସୁଦୃଢ଼ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଅଧିକାଂଶ ନିଗମ ଲାଗି ଚୂଡ଼ାନ୍ତ ନିଷ୍ପତ୍ତି ହୋଇସାରିଛି। ଆଗକୁ ନୂଆପଡ଼ା ଉପନିର୍ବାଚନ ରହିଥିବାରୁ ନିଗମ ଅଧ୍ୟକ୍ଷମାନଙ୍କ ନାମ ଘୋଷଣାକୁ ଘୁଞ୍ଚାଯାଇଛି। ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବା ଲାଗି ପଦପଦବୀ ବଣ୍ଟନ ଉପରେ ଏକପ୍ରକାର ନିଷ୍ପତ୍ତି ନିଆଯାଇଥିବା ଆଲୋଚନାରୁ ଜଣାପଡ଼ିଛି।
ବୈଠକରେ ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ବରିଷ୍ଠ କେନ୍ଦ୍ରୀୟ ନେତା ତଥା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ଏମ୍‌ପି ବସନ୍ତ ପଣ୍ଡା, ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ପୁରୀ ଏମ୍‌ପି ଡ. ସମ୍ବିତ ପାତ୍ର ଓ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। କୋର୍‌ କମିଟି ସଦସ୍ୟ ତଥା ବାଚସ୍ପତି ସୁରମା ପାଢ଼ୀ ବିଦେଶ ଗସ୍ତରେ ଥିବାରୁ ବୈଠକରେ ଯୋଗଦେଇ ପାରିନାହାନ୍ତି। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ବୈଠକରେ ଅନୁପସ୍ଥିତ ଥିବା ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri