ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା କାଉନସିଲର

ନୀଳଗିରି,୧୩।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏଏସି)ରେ କିଛିଦିନ ହେଲା ରାଜନୈତିକ ହଟଚମଟ ଲାଗି ରହିଛି। ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଆସନ୍ତା ୧୪ ତାରିଖରେ ଅନସ୍ଥା ଭୋଟ ଗ୍ରହଣ କରାଯିବ। ଏଥିପାଇଁ ପୂର୍ବରୁ ସମସ୍ତ କାଉନସିଲରଙ୍କୁ ନୋଟିସ୍‌ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭାଜପାର ୧୧ଜଣ କାଉନସିଲର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହିତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ।
ନିର୍ବାଚନରେ ନୀଳଗିରି ବିଜେଡିର ସଙ୍ଗଠନକୁ ସୁଦୃଢ଼ କରି ଏନ୍‌ଏସିରେ ୮ଜଣ କାଉନସିଲର ଜିତାଇବା ସହିତ ଅଧ୍ୟକ୍ଷା ପଦବୀ ହାତେଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସନ୍ତୋଷ କୁମାର ଖଟୁଆ। ମାତ୍ର ୨୦୨୪ ନିର୍ବାଚନରେ ପଟ୍ଟ ପରିବର୍ତ୍ତନ କରି ଭାଜପାରେ ସାମିଲ ହୋଇଥିଲେ ଖଟୁଆ ଏବଂ ବିଧାୟକ ଭାବେ ବିଜୟୀ ହୋଇଥିଲେ। ଏହାପରେ ତାଙ୍କ ଅନୁଗତ କାଉନସିଲରମାନେ ଭାଜପାରେ ସାମିଲ ହୋଇଥିଲେ। ଗତ ଅଗଷ୍ଟ ୫ତାରିଖରେ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ୧୩ କାଉନସିଲରଙ୍କ ମଧ୍ୟରୁ ୧୧ଜଣଙ୍କ ଦସ୍ତଖତ ଥାଇ ୯ଜଣ କାଉନସିଲର ଜିଲାପାଳଙ୍କୁ ଭେଟି ପତ୍ର ଦେଇଥିଲେ। ଅନାସ୍ଥା ପ୍ରସ୍ତାବ ମୁତାବକ ଓଡ଼ିଶା ମ୍ୟୁନିସିପାଲ ଆଇନ ଅନୁଯାୟୀ ନୀଳଗିରି ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୪ରେ ଏନ୍‌ଏସି ସଭାଗୃହରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ପୂର୍ବକ ଭୋଟ୍‌ ଗ୍ରହଣ କରାଯାଇ ଫଳାଫଳ ଘୋଷଣା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri