Posted inଜାତୀୟ

‘ଦିନେ କେଜରିୱାଲଙ୍କ ଅହଙ୍କାର ଭାଙ୍ଗିବ’

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢ଼ାଉକୁ ନେଇ ରାଜନୀତି ଜୋର ଧରିଛି। ଉଭୟ ଆମ ଆଦମୀ ପାର୍ଟି ଓ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ସୋମବାର ସିସୋଡିଆ କହିଛନ୍ତି, ଏଏପି ଭାଙ୍ଗି ଭାଜପାରେ ଯୋଗଦେଲେ ସିବିଆଇ ଏବଂ ଇଡି କେସ୍‌ ସବୁ ବନ୍ଦ ହୋଇଯିବ ବୋଲି ଭାଜପା ତାଙ୍କୁ ଅଫର୍‌ ଦେଇଛି। ସେପଟେ ଭାଜପା ଜାତୀୟ ମୁଖପାତ୍ର ଗୌରବ ଭାଟିଆ ଏକ ଖବରଦାତା ସମ୍ମିଳନୀ ଡକାଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏବଂ ସିସୋଡିଆଙ୍କୁ ଟାର୍ଗେଟ କରିଛନ୍ତି।
ସେ କହିଛନ୍ତି,ଆମ ଆଦମୀ ପାର୍ଟିର ଦୁର୍ନୀତି ଏବଂ ଭ୍ରଷ୍ଟାଚାର ଭାଜପା ଉଜାଗର କରିଛି। ମନୀଷ ସିସୋଡିଆ ଏବଂ ଆମ ଆଦମୀ ପାର୍ଟି ପାଖରେ ଏହାର କୌଣସି ଉତ୍ତର ନାହିଁ। ଆମେ ଆହୁରି ଏକ ବଡ଼ ଖୁଲାସା କରିବୁ। ମନୀଷ ସିସୋଡିଆ କହୁଛନ୍ତି ଭାଜପା ପକ୍ଷରୁ ଏକ ଅଫର୍‌ ଆସିଛି। ମୁଁ କହିବାକୁ ଚାହେଁ, ଯାହାର ଚିନ୍ତାଧାରା ଏତେ ଛୋଟ। କିଏ ଏହାକୁ ଭାଙ୍ଗିବ?
ଏଏପିକୁ ଟାର୍ଗେଟ କରି ସେ ଆହୁରି ମଧ୍ୟ କହିଛନ୍ତି, ଯଦି ତୁମେ ସଚ୍ଚୋଟ, ତେବେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଦିଅ। ଏଏପି ସରକାର ଆଣିଥିବା ଅବକାରୀ ପଲିସିରେ କ’ଣ ଅଛି ତାହା ଜାଣିବାର ଅଧିକାର ଜନସାଧାରଣଙ୍କର ଅଛି। କେଜରିୱାଲ ଯଦି ଏତେ ସଚ୍ଚୋଟ ତେବେ ଏହାର ଉତ୍ତର ଦିଅନ୍ତୁ। ସିସୋଡିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ସେ ତାଙ୍କୁ ସମର୍ଥନ କରୁଛନ୍ତି। ଦିନେ ନା ଦିନେ କେଜରିୱାଲଙ୍କ ଅହଙ୍କାର ଭାଙ୍ଗିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅବକାରୀ ଦୁର୍ନୀତି ମାମଲାରେ ସିସୋଡିଆଙ୍କ ଅଡୁଆ ବଢିବାରେ ଲାଗିଛି। ସିବିଆଇ ଗୋଟେପଟେ ତାଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କରିଥିବା ବେଳେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଆକ୍ସନ ନେବ। ମନି ଲଣ୍ଡରିଂ ଆଧାରରେ ତାଙ୍କ ବିରୋଧରେ ମାମଲା ଚାଲିବବୋଲି ଜଣାପଡିଛି। ସିବିଆଇ ପକ୍ଷରୁ ଇଡିକୁ କିଛି ଡକ୍ୟୁମେଣ୍ଟ ହସ୍ତାନ୍ତର କରାଯାଇଛି। ଏହା ପୂର୍ବରୁ ସିବିଆଇ ତରଫରୁ ସିସୋଡିଆଙ୍କ ସମେତ ୧୪ ଜଣ ଲୋକଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri