Posted inଜାତୀୟ

ନୀତି ଆୟୋଗ ବୈଠକରେ ଯୋଗଦେଇ ନ ଥିବା ମୁଖ୍ୟମନ୍ତ୍ରୀଙ୍କୁ ଭାଜପାର କଡ଼ା ସମାଲୋଚନା…

ନୂଆଦିଲ୍ଲୀ,୨୭।୫ : ୮ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଶନିବାର ନୀତି ଆୟୋଗର ଅଷ୍ଟମ ଶାସକ ପରିଷଦ ବୈଠକକୁ ବର୍ଜନ କରିଛନ୍ତି। ବିରୋଧୀ ଦଳର ମୁଖ୍ୟମନ୍ତ୍ରୀମାନଙ୍କର ଏହି ନିଷ୍ପତ୍ତିକୁ ଭାଜପା କଡ଼ା ସମାଲୋଚନା କରିଛି। ଭାଜପା ନେତା ରବି ଶଙ୍କର ପ୍ରସାଦ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧ କରି ବିରୋଧୀ ଦଳର ନେତାମାନେ ନିଜ ନିଜ ରାଜ୍ୟବାସୀଙ୍କୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।

ଏପରି କରି ମୁଖ୍ୟମନ୍ତ୍ରୀମାନେ ନିଜ ରାଜ୍ୟର ବିକାଶକୁ ବର୍ଜନ କରିଛନ୍ତି। ବୈଠକରେ ୧୦୦ରୁ ଅଧିକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି ଏବଂ ଯେଉଁ ରାଜ୍ୟ ପ୍ରତିନିଧିତ୍ୱ କରିବେ ନାହିଁ ସେମାନେ କ୍ଷତି ସହିବେ।

ବୈଠକକୁ ବର୍ଜନ କରିଥିବା ୮ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ, କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂ କର୍ନାଟକର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ପ୍ରମୁଖ ଅଛନ୍ତି।

ଏଥି ସହ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଏବଂ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବହୁ କଳ୍ପନାଜଳ୍ପନା ପରେ ଶୁକ୍ରବାର ବିଳମ୍ବିତ ରାତିରେ ବୈଠକରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି।

ଏହି ବୈଠକରେ ୨୦୪୭ ସୁଦ୍ଧା ଦେଶକୁ ଏକ ବିକଶିତ ଅର୍ଥନୀତି କରିବା ସହିତ ଅନ୍ୟାନ୍ୟ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଆଲୋଚନା ହେବାକୁ ଥିବା ପ୍ରସଙ୍ଗଗୁଡ଼ିକ ମଧ୍ୟରେ
ଏମଏସଏମଇ, ଭିତ୍ତିଭୂମି ଏବଂ ବିନିଯୋଗ, ମହିଳା ସଶକ୍ତିକରଣ, ସୱାସ୍ଥ୍ୟ ଏବଂ ପୁଷ୍ଟିକରତା, ଦକ୍ଷତା ବିକାଶ ଏବଂ ଗତି ଶକ୍ତି ଆଦି ରହିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହେଉଛି। ପରିଚାଳନା ପରିଷଦ ବୈଠକରେ କେନ୍ଦ୍ର ଏବଂ ରାଜ୍ୟମାନଙ୍କୁ ପ୍ରମୁଖ ବିକାଶ ସମସ୍ୟା ଚିହ୍ନଟ କରାଯିବା ସହିତ ମିଳିତ ଭାବରେ ସମାଧାନ କରିବା ପାଇଁ ଏକ ସୁଯୋଗ ପ୍ରଦାନ କରାଯାଇଥାଏ। ସୂତ୍ରରୁ ପ୍ରକାଶ ବର୍ତ୍ତମାନ ପର୍ଯ୍ୟନ୍ତ ଅନୁଷ୍ଠିତ ଶାସକ ପରିଷଦର ସାତୋଟି ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇ ସମାଧାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri