ବର୍ଷିଲା ଭାଜପା: ବାରମିଶା ଚାଉଳରେ ମହାପ୍ରସାଦ ରାନ୍ଧି ଶ୍ରୀମନ୍ଦିର ପରମ୍ପରାକୁ ନଷ୍ଟ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ସୁନିତ୍‌ ମିଶ୍ର): ପୁରୀ ଶ୍ରୀମନ୍ଦିରରୁ ଗତ ୨ ଦିନ ମଧ୍ୟରେ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି, ଯାହା ଅଗଣିତ ଜଗନ୍ନାଥପ୍ରେମୀଙ୍କ ଆସ୍ଥା, ବିଶ୍ୱାସ ଉପରେ କୁଠାରାଘାତ ପହଞ୍ଚାଇବା ସହ ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରାକୁ ଧୂଳିସାତ କରିଛି। ଏନେଇ ସାରା ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ପରିକ୍ରମା ପ୍ରକଳ୍ପ ସମୟରେ ବିଜେଡି ପକ୍ଷରୁ ଯେଉଁଭଳି ଚାଉଳ ସଂଗ୍ରହ କରାଗଲା, ପରବର୍ତୀ ସମୟରେ ସେହି ବାରମିଶା(ଅରୁଆ/ଉଷୁନା)ଚାଉଳ କାହିଁକି ସଂଗୃହିତ କରାଯାଉଛି ସେନେଇ ମଧ୍ୟ ପ୍ରଶ୍ନ ଉଠିଥିଲା। ଗଜପତି ମହାରାଜା ସେହି ଚାଉଳ ସଂଗ୍ରହରେ ମନ୍ଦିର ପରିଚାଳନା ସମିତିର ସହମତି ନ ଥିବା କଥା କହିଥିଲେ। ସେହି ଚାଉଳକୁ ସରକାର ଏବେ ଶ୍ରୀମନ୍ଦିରରେ ମହାପ୍ରସାଦ ଆକାରରେ ଭୋଗ ଲଗାଉଛନ୍ତି। ଏହା ମନ୍ଦିର ପ୍ରଶାସନର ନିର୍ଦ୍ଦେଶରେ ହେଉଥିବାବେଳେ ହଜାର ହଜାର ବର୍ଷର ମନ୍ଦିର ନୀତି ଓ ପରମ୍ପରାକୁ ନଷ୍ଟ କରିଛି। ଏତେ ବଡ ଭୁଲ୍‌ ନିଷ୍ପତି କାହା ନିର୍ଦ୍ଦେଶରେ ଏବଂ କେଉଁ ସ୍ବାର୍ଥରେ ଏବଂ କିଏ ଏବଂ କାହା ମାଧ୍ୟମରେ ନିଆଯାଇଛି ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରଶ୍ନ କରିଛନ୍ତି।

ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି ଯେ, ଏଭଳି ନିଷ୍ପତ୍ତି ଉପରେ ରାଜ୍ୟ ସରକାର ସ୍ପଷ୍ଟୀକରଣ ଦେବା ଦରକାର। ମନ୍ଦିର ପରମ୍ପରାର ବ୍ୟତିକ୍ରମ ଘଟାଇ ‘ଅର୍ପଣ ରଥ’ ମାଧ୍ୟମରେ ନିଜର ରାଜନୈତିକ ସ୍ବାର୍ଥ ସାଧନ ପାଇଁ ଯେଉଁଭଳି ମହାପ୍ରଭୁଙ୍କୁ ସାଧନ କରି ଚାଉଳ ଏବଂ ଦକ୍ଷିଣା ଆଦାୟ କରାଯାଇଥିଲା ସେତେବେଳେ ଉଷୁନା ଚାଉଳ ସଂଗ୍ରହ କରାଯାଇଥିବାର ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଶ୍ରୀମନ୍ଦିରର ଅନେକ ସେବାୟତମାନେ ଏକଥା କହିଥିଲେ ଯେ, ସଂଗୃହିତ ବାରମିଶା ଚାଉଳରେ ମହାପ୍ରଭୁଙ୍କ ପାଖରେ ଭୋଗ ଲାଗିପାରିବ ନାହିଁ। ନୀତି ଅନୁଯାୟୀ ମନ୍ଦିରରେ କେବଳ ଗୋଟି ଚାଉଳ ବ୍ୟବହାର କରାଯାଏ। ତଥାପି ଏ ସମସ୍ତ ବିଷୟକୁ ଅଣଦେଖା କରି ସରକାରୀ ଦଳର ରାଜନୈତିକ ଚାପରେ ଉଷୁନା ଚାଉଳକୁ ମନ୍ଦିରରେ ଭୋଗ ଲଗାଗଲା।
ଅର୍ପଣ ଯାତ୍ରାବେଳେ ଲୋକମାନେ ମନଖୋଲି ଟଙ୍କା ମଧ୍ୟ ଦାନ କରିଥିଲେ। ସେ ଟଙ୍କା କୁଆଡେ ଗଲା ବୋଲି ମନମୋହନ ପ୍ରଶ୍ନ କରିଛନ୍ତି। ଆଗାମୀ ଦିନରେ ଭାଜପା ଏହାକୁ ଏକ ପ୍ରମୁଖ ପ୍ରସଙ୍ଗ ଭାବେ ଲୋକଙ୍କ ପାଖକୁ ନେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri