Posted inଜାତୀୟ

ଆସ୍ଥାଭୋଟ ଦାବିକଲା ଭାଜପା

ମୁମ୍ବାଇ/ଗୁଆହାଟୀ,୨୯ା୬: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଉଦ୍ୟମ କରୁନାହିଁ ବୋଲି ଦଳ ପକ୍ଷରୁ ବାରମ୍ବାର ସଫେଇ ଦିଆଯାଉଥିବାବେଳେ ଏବେ ଭିତିରି କଥା ସାମ୍ନାକୁ ଆସିଛି। ବିରୋଧୀ ଦଳ ନେତା ଦେବେନ୍ଦ୍ର ଫଡ୍‌ନବିସ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟପାଳ ଭଗତସିଂ କୋଶିୟାରୀଙ୍କୁ ସାକ୍ଷାତ କରିଛନ୍ତି। ବିଧାନସଭା ଅଧିବେଶନ ଡକାଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ନିର୍ଦ୍ଦେଶ ଦେବା ପାଇଁ ରାଜ୍ୟପାଳଙ୍କ ନିକଟରେ ସେ ଦାବି କରିଛନ୍ତି।
ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ନେତୃତ୍ୱରେ ଭାଜପାର ଏକ ପ୍ରତିନିଧି ଦଳ ରାଜଭବନରେ କୋଶିୟାରୀଙ୍କୁ ଭେଟିଛି। ଏହି ଅବସରରେ ଫଡ୍‌ନବିସ ରାଜ୍ୟପାଳଙ୍କୁ ଏକ ପତ୍ର ଜରିଆରେ ରାଜନୈତିକ ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ସେ କହିଛନ୍ତି, ଶିବସେନାର ୩୯ ବିଧାୟକ ମହା ବିକାଶ ଅଘାଡ଼ି ସରକାରଙ୍କଠାରୁ ସମର୍ଥନ ପ୍ରତ୍ୟାହାର କରିଥିବା ବିଷୟ ସ୍ପଷ୍ଟ କରିସାରିଛନ୍ତି। ସେହିପରି ୮ ସ୍ବାଧୀନ ବିଧାୟକ ମଧ୍ୟ ଇ-ମେଲ୍‌ ଜରିଆରେ ରାଜ୍ୟପାଳଙ୍କୁ ଆସ୍ଥାଭୋଟ କରାଇବା ପାଇଁ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଆସ୍ଥା ହରାଇସାରିଥିବାର ନିଜ ସରକାର ସପକ୍ଷରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦିଅନ୍ତୁ। ଅଦାଲତଙ୍କ ପୂର୍ବ ରାୟଗୁଡ଼ିକୁ ଅନୁଧ୍ୟାନ କରି ରାଜ୍ୟପାଳ ଭାଜପାର ଅନୁରୋଧ ଉପରେ ବିଚାର କରିବେ ବୋଲି ଆଶାବାଦୀ ଥିବା ଫଡ୍‌ନବିସ ଗଣମାଧ୍ୟମକୁ କହିଛନ୍ତି। କେତେକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଗୁରୁବାର ବିଦ୍ରୋହୀ ନେତା ଏକନାଥ ସିନ୍ଧେଙ୍କ ସହ ବିଧାୟକମାନେ ଗୁଆହାଟୀରୁ ମୁମ୍ବାଇକୁ ଫେରିବା ପରେ ଆସ୍ଥାଭୋଟ ହୋଇପାରେ।
ରାଜ୍ୟପାଳଙ୍କୁ ଭେଟିବା ପୂର୍ବରୁ ଫଡ୍‌ନବିସ ଦିଲ୍ଲୀରୁ ଫେରିଥିଲେ। ସେ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସହ ମହାରାଷ୍ଟ୍ରର ରାଜନୈତିକ ଘଟଣାକ୍ରମ ଉପରେ ଆଲୋଚନା କରିଥିଲେ। ସୋମବାର ଫଡ୍‌ନବିସଙ୍କ ଘରେ ଭାଜପାର ବରିଷ୍ଠ ନେତାମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ସେ ପୁନର୍ବାର କ୍ଷମତା ଦଖଲ ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ମନ୍ତ୍ରଣା କରୁଥିବା କୁହାଯାଉଛି। ଶିବସେନା ବିଦ୍ରୋହୀମାନେ ମହାରାଷ୍ଟ୍ରରୁ ପ୍ରଥମେ ଭାଜପା ଶାସିତ ଗୁଜରାଟରୁ ସୁରଟକୁ ଯାଇଥିଲେ। ସେଠାରୁ ସେମାନେ ଆସାମର ଗୁଆହାଟୀ ଗସ୍ତ କରିଥିଲେ। ଇତିମଧ୍ୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ବିଦ୍ରୋହୀ ରହୁଥିବା ହୋଟେଲରେ ଦେଖିବାକୁ ମିଳିଛି। ନିକଟରେ ଏକନାଥ ସିନ୍ଧେ କହିଥିଲେ, ତାଙ୍କ ବିଦ୍ରୋହକୁ ଏକ ଜାତୀୟ ଦଳ (ମହାଶକ୍ତି) ପ୍ରଶଂସା କରିଛି। ଆଗକୁ ସବୁ ପ୍ରକାର ସାହାଯ୍ୟର ପ୍ରତିଶ୍ରୁତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri