ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଦଳୀୟ ପ୍ରାର୍ଥୀ ଗୁରୁତର ଅଛନ୍ତି। ଏହାସତ୍ତ୍ୱେ ପୋଲିସ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଏଣୁ ତୁରନ୍ତ ଆନ୍ଧ୍ରପ୍ରଦେଶ ଭଳି ଓଡ଼ିଶାରେ ମଧ୍ୟ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ପରିବର୍ତ୍ତନ କରିବା ପାଇଁ ଭାଜପା ପ୍ରତିନିଧି ଦଳ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କୁ ଭେଟି ଦାବି କରିଛି। ଆହୁରି ମଧ୍ୟ ସେମାନେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚନ ଆଚରଣ ବିଧି ଆଇନର ଉଲ୍ଲଂଘନ କରି ଘସିପୁରା ନିର୍ବାଚନମଣ୍ଡଳୀର ସରକାରୀ କର୍ମଚାରୀମାନେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଶଂଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ଭୋଟରଙ୍କୁ ଧମକ ଦେଉଛନ୍ତି। ବାଟୋ ପଞ୍ଚାୟତ ପତିତପାବନ ଏସଏଚ୍‌ଜି ଗ୍ରୁପ୍‌ର ରାଶନ ସାମଗ୍ରୀ ବିତରକ ବିନୟ କୁମାର ରାଓ ବିଜେଡି ପାର୍ଥୀ ବଦ୍ରିନାରାୟଣ ପାତ୍ରଙ୍କୁ ଭୋଟ ନ ଦେଲେ ରାଶନ କାର୍ଡ ବନ୍ଦ କରିଦେବାକୁ ହିତାଧିକାରୀଙ୍କୁ ଧମକ ଦେଉଛନ୍ତି। ବେଗୁନିଆପଡ଼ା ବ୍ଲକ ବ୍ରଜହରି ପଞ୍ଚାୟତ ଅନ୍ତର୍ଗତ କବିସୂର୍ଯ୍ୟନଗରରେ ଅନିଲ କୁମାର ପରିଡା ଓ ଯାଜପୁର ଜିଲା ଦାନଗଦି ବ୍ଲକ ଅନ୍ତର୍ଗତ ତରି ଉଚ୍ଚ ପ୍ରାଥମିକ ହାଇସ୍କୁଲର ଶିକ୍ଷକ ବସନ୍ତ କୁମାର ଦାସ ବିଜେଡି ପାଇଁ ପ୍ରଚାର କରୁଛନ୍ତି। ଏହା ଉପରେ ତୁରନ୍ତ ପଦକ୍ଷେପ ନେବାକୁ ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଦାବି କରିଛନ୍ତି। ସେହିପରି ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଆଦି ଜିଲାରେ ପ୍ରାୟ ୮୦ ବୁଥ୍‌ରେ ହିଂସା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ଗାଁରେ ୨୦ରୁ ୩୦ଜଣ ବିଜେଡି ଗୁଣ୍ଡାଙ୍କ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣରେ ଭାଜପା କର୍ମୀ ଦିଲୀପ ପାହାନଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଦଳୀୟ କର୍ମୀ ଆହତ ହୋଇଥିଲେ। ଗୋଷାଣୀନୂଆଗାଁ ଥାନା ଆଗରେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ, ଟିଟିଲାଗଡ଼ ଭାଜପା ପ୍ରାର୍ଥୀ ନବୀନ ଜୈନଙ୍କୁ ଆକ୍ରମଣ ଘଟଣାକୁ ଭାଜପା ଆଉଥରେ ଦୋହରାଇଛି। ଆଠଗଡ଼, ଭୁବନେଶ୍ୱର, ବରଗଡ଼ରେ ବିଜେଡି କର୍ମୀମାନେ ଭାଜପା କର୍ମୀମାନଙ୍କୁ ବାରମ୍ବାର ଆକ୍ରମଣ କରିଛନ୍ତି। ସେମାନଙ୍କୁ ଡରାଇ ଧମକାଇ ଚୁପ କରିବାକୁ ବିଜେଡି ଗୁଣ୍ଡାମାନେ ଚେଷ୍ଟା କରୁଥିବା ଭାଜପା ଅଭିଯୋଗ ଆଣିବା ସହ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଦଳ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri