ସୁଜାତା କାର୍ତ୍ତିକେୟନ୍‌ଙ୍କୁ ରାଜ୍ୟରୁ ଅପସାରଣ କରିବାକୁ ଭାଜପାର ଦାବି

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରିବା ଓ ରାଜ୍ୟରେ ନିର୍ବାଚନୀ ହିଂସାକୁ ଉସୁକାଇବା ନେଇ ସିଇସିଙ୍କୁ କେନ୍ଦ୍ରୀୟ ଭାଜପା ଟିମ୍‌ ପକ୍ଷରୁ ଅଭିଯୋଗ କରାଯାଇଛି। ରାଜ୍ୟରେ ମୁକ୍ତ ଓ ଅବାଧ ନିର୍ବାଚନ କରାଯିବା ଲାଗି ସୁଜାତାଙ୍କୁ ରାଜ୍ୟରୁ ଅପସାରଣ କରି ବାହାରକୁ ପଠାଯାଉ। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ୩ ଜଣ ସିଭିଲ ସର୍ଭାଣ୍ଟ ଡି.ଏସ୍‌. କୁଟ୍ଟେ, ଆଶିଷ କୁମାର ସିଂ ଓ ସୁଜାତା କାର୍ତ୍ତିକେୟନ୍‌ କାର୍ଯ୍ୟ କରୁଛନ୍ତି। ସୁଜାତା ହେଉଛନ୍ତି ପାଣ୍ଡିଆନଙ୍କ ସ୍ତ୍ରୀ। ଉପରୋକ୍ତ ୩ ଅଧିକାରୀ କେବଳ ସର୍ବଭାରତୀୟ ଚାକିରି ସର୍ତ୍ତାବଳୀର ଉଲ୍ଲଂଘନ କରୁନାହାନ୍ତି, ବରଂ ନିର୍ବାଚନ କମିଶନଙ୍କ ନିର୍ବାଚନ ସମ୍ବନ୍ଧୀୟ ନିୟମର ମଧ୍ୟ ଖିଲାପି କରୁଛନ୍ତି। ଏହି ୩ ଅଧିକାରୀଙ୍କ କାର୍ଯ୍ୟକଳାପ ଯେପରି ରାଜ୍ୟରେ ମୁକ୍ତ, ଅବାଧ ନିର୍ବାଚନ ବିରୋଧୀ। ସେମାନେ ହେଉଛନ୍ତି ତ୍ରିମୂର୍ତ୍ତି ବୋଲି ଦଳ ଚିଠିରେ ଦର୍ଶାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଯାଇ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ କୁଟ୍ଟେଙ୍କୁ ମଙ୍ଗଳବାର ସସ୍‌ପେଣ୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?