Posted inଜାତୀୟ

ମୁଁ ବନ୍ଦ କୋଠରୀରେ ରାଜନୀତି କରେ ନାହିଁ: ଶାହା

ମୁମ୍ବାଇ,୮ ।୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମହାରାଷ୍ଟ୍ରର ମହା ବିକାଶ ଅଘାଡି ସରକାରକୁ ତିନି ଚକିଆ ଅଟୋରିକ୍ସା ବୋଲି କହିଛନ୍ତି । ଏହାସହ ସବୁକ୍ଷେତ୍ରରେ ଏମାନେ ବିଫଳ ବୋଲି ମଧ୍ୟ ଶାହା କହିଛନ୍ତି । ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାର କଂକାବଳିରେ ଏକ ମେଡିକାଲ କଲେଜ ଉଦ୍‌ଘାଟନ କରିବା ପରେ ସେ ମହା ବିକାଶ ଅଘାଡି ସରକାରକୁ ତିନି ଚକିଆ ଅଟୋ ସହ ତୁଳନା କରି କହିଛନ୍ତି ଯେ ଏହାର ପ୍ରତ୍ୟକ ଚକ ଅଲଗା ଅଲଗା ଦିଗରେ ଯାଉଛି । ଏହା ଲୋକଙ୍କ ଜନାଦେଶକୁ ଧୋକା ଦେଇ ଗଢିଉଠିଥିବା ଏକ ଅପବିତ୍ର ମେଣ୍ଟ । ଏହି ମେଣ୍ଟ କେବଳ ଶାସନ କ୍ଷମତା ହାତକୁ ନେବା ଲୋଭରେ ଗଠନ କରାଯାଇଛି । ଶାହା ଦାବି କରିଛନ୍ତି ଯେ ୨୦୧୯ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଦ୍ୱାରା ମୁଖ୍ୟମନ୍ତ୍ରୀ ପଦ ଭାଗ ବଣ୍ଟାକୁ ନେଇ କୌଣସି ଶପଥ ନିଆଯାଇ ନାହିଁ । ହେଲେ ୨୦୧୯ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶିବସେନା ତା’ର ଲମ୍ବା ସମୟର ସହଯୋଗୀ ଭାଜପାଠାରୁ ସମ୍ପର୍କ ତୁଟାଇ ଦେଇଥିଲା । ସେତେବେଳେ ଠାକରେ କହିଥିଲେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶାହା ଠାକରେଙ୍କ ସହ ଶପଥ କରିଥିଲେ । ହେଲେ ଏବେ ଶାହା କହିଛନ୍ତି ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶିବସେନା ସହ କୌଣସି ଶପଥ କରି ନ ଥିଲା । ଏବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହା କହିଛନ୍ତି, ମୁଁ ବନ୍ଦ କୋଠରିରେ କାହାକୁ କଥା ଦେଇ ନ ଥାଏ ଯାହା ବି କୁହେ ଖୋଲାଖୋଲି ଭାବେ କୁହେ । କାରଣ ମୁଁ ବନ୍ଦ କୋଠରିରେ ରାଜନୀତି କରେ ନାହିଁ । ଆମ ଦଳ ନିଜ କଥାର ସମ୍ମାନ କରିଥାଏ । ଆମେ ଧଳା ମିଛ କହୁନାହିଁ, ଆମେ ଦେଇଥିବା କଥାର ସମ୍ମାନ କରୁ । ଯେମିତି ବିହାରରେ ଆମେ କହିଥିଲୁ ଭାରତୀୟ ଜନତା ପାର୍ଟି(ଭାଜପା) ଅଧିକ ଆସନରେ ବିଜୟୀ ହେଲେ ବି ମୁଖ୍ୟମନ୍ତ୍ରୀ ପଦ ନୀତୀଶ କୁମାରଙ୍କୁ ମିଳିବ । ଆମେ ତାହାହିଁ କରିଥିଲୁ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?