ଭାଜପାର ଜିଲା ସାଙ୍ଗଠନିକ ବୈଠକ: ଜନ କଲ୍ୟାଣକାରୀ ଯୋଜନାର ହେବ ସଚେତନତା

ରାଇକିଆ, ୪ା୪ (ପ୍ରଦୀପ ବେହେରା): ରାଇକିଆ ସ୍ବସ୍ତିକ କଲ୍ୟାଣ ମଣ୍ଡପଠାରେ ଭାଜପାର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ସଭାପତି ପଣ୍ଡିତ ବିଶି ମାଝିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଜିଲା ନିର୍ବାଚନ ଅଧିକାରୀ ପ୍ରକାଶ ମଙ୍ଗରାଜ, ପୂର୍ବତନ ଜିଲା ସଭାପତି ଜଗନ୍ନାଥ ସାହୁ, ସାଧାରଣ ସମ୍ପାଦକ ଲିଙ୍ଗରାଜ ଦଳବେହେରା, ପୂର୍ବତନ ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ, ଦେବେନ୍ଦ୍ର କୁଦେଇ, ପୂର୍ବତନ ବିଧାୟିକା ପ୍ରାର୍ଥୀ କଳ୍ପନା କହଁର, ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ ଯୋଗଦେଇ ସାଂଗଠନିକସ୍ତରରେ ଦଳ କିପରି ମଜବୁତ୍‌ ହୋଇ କାମ କରିବ ଏବଂ ସଧାରଣ ଜନତାଙ୍କ ବିଶ୍ୱାସ ଓ ଭରସାକୁ ଅତୁଟ ରଖିବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ତୃଣମୂଳସ୍ତରରେ ହେବ ଜନ କଲ୍ୟାଣକାରୀ ଯୋଜନାର ସଚେତନତା, ସଦସ୍ୟତା ଅଭିଯାନ, ମଣ୍ଡଳସ୍ତରୀୟ କମିଟି ଗଠନ, ତ୍ରିସ୍ତରୀୟ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହୋଇଥିଲା। ଦଳୀୟ ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ନିଜର ମତ ରଖିଥିଲେ। ଜିଲାର ବିଭିନ୍ନ ପଞ୍ଚାୟତରୁ ଆସିଥିବା ଜିଲା ପରିଷଦ ସଭ୍ୟା ସଭ୍ୟ ସରପଞ୍ଚ, ସମିତି ସଭ୍ୟାସଭ୍ୟଙ୍କ ସହିତ ମଣ୍ଡଳ ସଭାପତି, ପୂର୍ବତନ ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ ଓ ଏମ୍‌ପି ପ୍ରତିନିଧି, ବିଧାୟକ ପ୍ରତିନିଧିଙ୍କ ସହିତ ସମସ୍ତ ମୋର୍ଚ୍ଚାର ସଭାପତି ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ। ରାଇକିଆ ବ୍ଲକ୍‌ ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ବରିଷ୍ଠ କାର୍ଯ୍ୟକର୍ତ୍ତା ନାରାୟଣ ପାତ୍ରଙ୍କ ସମେତ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri