ଭାଜପାର ଜିଲା ସାଙ୍ଗଠନିକ ବୈଠକ: ଜନ କଲ୍ୟାଣକାରୀ ଯୋଜନାର ହେବ ସଚେତନତା

ରାଇକିଆ, ୪ା୪ (ପ୍ରଦୀପ ବେହେରା): ରାଇକିଆ ସ୍ବସ୍ତିକ କଲ୍ୟାଣ ମଣ୍ଡପଠାରେ ଭାଜପାର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ସଭାପତି ପଣ୍ଡିତ ବିଶି ମାଝିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଜିଲା ନିର୍ବାଚନ ଅଧିକାରୀ ପ୍ରକାଶ ମଙ୍ଗରାଜ, ପୂର୍ବତନ ଜିଲା ସଭାପତି ଜଗନ୍ନାଥ ସାହୁ, ସାଧାରଣ ସମ୍ପାଦକ ଲିଙ୍ଗରାଜ ଦଳବେହେରା, ପୂର୍ବତନ ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ, ଦେବେନ୍ଦ୍ର କୁଦେଇ, ପୂର୍ବତନ ବିଧାୟିକା ପ୍ରାର୍ଥୀ କଳ୍ପନା କହଁର, ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ ଯୋଗଦେଇ ସାଂଗଠନିକସ୍ତରରେ ଦଳ କିପରି ମଜବୁତ୍‌ ହୋଇ କାମ କରିବ ଏବଂ ସଧାରଣ ଜନତାଙ୍କ ବିଶ୍ୱାସ ଓ ଭରସାକୁ ଅତୁଟ ରଖିବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ତୃଣମୂଳସ୍ତରରେ ହେବ ଜନ କଲ୍ୟାଣକାରୀ ଯୋଜନାର ସଚେତନତା, ସଦସ୍ୟତା ଅଭିଯାନ, ମଣ୍ଡଳସ୍ତରୀୟ କମିଟି ଗଠନ, ତ୍ରିସ୍ତରୀୟ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହୋଇଥିଲା। ଦଳୀୟ ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ନିଜର ମତ ରଖିଥିଲେ। ଜିଲାର ବିଭିନ୍ନ ପଞ୍ଚାୟତରୁ ଆସିଥିବା ଜିଲା ପରିଷଦ ସଭ୍ୟା ସଭ୍ୟ ସରପଞ୍ଚ, ସମିତି ସଭ୍ୟାସଭ୍ୟଙ୍କ ସହିତ ମଣ୍ଡଳ ସଭାପତି, ପୂର୍ବତନ ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ ଓ ଏମ୍‌ପି ପ୍ରତିନିଧି, ବିଧାୟକ ପ୍ରତିନିଧିଙ୍କ ସହିତ ସମସ୍ତ ମୋର୍ଚ୍ଚାର ସଭାପତି ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ। ରାଇକିଆ ବ୍ଲକ୍‌ ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ବରିଷ୍ଠ କାର୍ଯ୍ୟକର୍ତ୍ତା ନାରାୟଣ ପାତ୍ରଙ୍କ ସମେତ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri