ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ

ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶନିବାର ବିଳମ୍ବିତ ରାତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାମଚନ୍ଦ୍ର ମେହେରଙ୍କୁ ସମ୍ବଲପୁର ଜିଲା ଭାଜପା ସଭାପତି ଭାବେ ନିଯୁକ୍ତ କରାଯାଇଥିବା ସମ୍ପର୍କରେ ଦଳ ପକ୍ଷରୁ ଜାରି ଏକ ପ୍ରେସ ଇସ୍ତାହାରରୁ ସୂଚନା ମିଳିଛି। ରାମଚନ୍ଦ୍ର ମେହେରଙ୍କୁ ଜିଲା ସଭାପତି ଭାବେ ନିଯୁକ୍ତି ମିଳିବା ପରେ ସମ୍ବଲପୁର ଭାଜପା ତଥା ତାଙ୍କ ସମର୍ଥକଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଛି। ବହୁ ସଂଖ୍ୟାରେ ବରିଷ୍ଠ ଭାଜପା ନେତାଙ୍କ ସହିତ ୍ଯଯଯ୍ଯଯଯ ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କ ପକ୍ଷରୁ ତାଙ୍କୁ ଏଥିପାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ସୂଚନାଯୋଗ୍ୟ ଯେ, ଭାଜପାର ପୁରୁଖା ନେତା ତଥା ନବନିଯୁକ୍ତ ଜିଲା ସଭାପତି ମେହେର ବର୍ତମାନ ଭାଜପା ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଓ ବୌଦ୍ଧ ଜିଲା ପ୍ରଭାରୀ ଭାବେ ଦାୟିତ୍ୱ ନିର୍ବାହନ କରୁଛନ୍ତି। ଏହା ପୂର୍ବରୁ ଗତ ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ ତତ୍କାଳିନ ସମ୍ବଲପୁର ପୌରପରିଷଦର ଉପ-ନଗରପାଳ ଓ ୨୦୧୬ ରୁ ୨୦୨୧ ପର୍ଯ୍ୟନ୍ତ ମଧ୍ୟ ସଫଳତାର ସହିତ ଭାଜପା ଜିଲା ସଭାପତି ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଜିଲା ସଭାପତିତ୍ୱ କାଳରେ ୨୦୧୭ ମସିହାରେ ଭାଜପାର ସମ୍ବଲପୁର ଜିଲାପରିଷଦ ଗଠନ ସହିତ ୨୦୧୯ ସାଧାରଣ ନିର୍ବାଚନରେ ପ୍ରଥମ ଥର ପାଇଁ ସମ୍ବଲପୁର ଏମ୍‌ପି ଓ ଜିଲାର ଦୁଇ ଜଣ ବିଧାୟକଙ୍କ ବିଜୟ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri