ଭାଜପା ହୀନ ରାଜନୀତି କରୁଛି: ବିଜେଡିି

ଭୁବନେଶ୍ୱର,୨୫ା୭ (ଅନିଲ ଦାସ):ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍‌ ଧରାପଡ଼ିବା ପରେ ଓଡ଼ିଶା ଭାଜପା ଏହାକୁ ନେଇ ହୀନ ରାଜନୀତି ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି।
ସୋମବାର ଶଙ୍ଖଭବନଠାରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଗଣମାଧ୍ୟମକୁ କହିଛନ୍ତି, କିଛିଦିନ ତଳେ ଓଡ଼ିଶା ପୋଲିସ ତତ୍ପରତା ପ୍ରକାଶ କରି ଏକ ଆନ୍ତଃରାଜ୍ୟ ରାକେଟ୍‌ ଧରିବାରେ ସକ୍ଷମ ହୋଇଛି। ଏହି ରାକେଟ୍‌ରେ ଥିବା ବାହାର ରାଜ୍ୟର ଦଲାଲମାନେ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷା ସମେତ ବିଭିନ୍ନ ରାଜ୍ୟରେ କେନ୍ଦ୍ରୀୟ ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ଦ୍ୱାରା ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସମ୍ପୃକ୍ତ ଅଛନ୍ତି। ଏଭଳି ଏକ ଆନ୍ତଃରାଜ୍ୟ ରାକେଟ୍‌ର ପର୍ଦ୍ଦାଫାଶ କରିଥିବା ଓଡ଼ିଶା ପୋଲିସର ପଦକ୍ଷେପ ବାସ୍ତବିକ ପ୍ରଶଂସନୀୟ। ଦୁର୍ଭାଗ୍ୟର ବିଷୟ ହେଲା, ଯେତେବେଳେ ଓଡ଼ିଶା ପୋଲିସ ପ୍ରଶାସନ କୌଣସି ଏକ ଅନିୟମିତତାର ପର୍ଦ୍ଦାଫାଶ କରୁଛି କିମ୍ବା ଭିଜିଲାନ୍ସ ହାତରେ ଧରାପଡ଼ିଥିବା କୌଣସି ଦୁର୍ନୀତିଗ୍ରସ୍ତ ଅଫିସର ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ଓଡ଼ିଶା ଭାଜପା ଏହାକୁ ନେଇ ନିମ୍ନ ମାନର ରାଜନୀତି କରିବା ଆରମ୍ଭ କରିଦେଉଛି। ଅତୀତରେ ଗୁଜରାଟ, ୟୁପି, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଭଳି ଭାଜପା ଶାସିତ ରାଜ୍ୟରେ ମଧ୍ୟ କେନ୍ଦ୍ର ସରକାରଙ୍କ ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷା ଏପରି କି କେତେକ ସ୍ଥାନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏସବୁ ମାମଲାରେ ମଧ୍ୟ ଏହିଭଳି କେତେକ ଦଲାଲଙ୍କ ରାକେଟ୍‌ ସମ୍ପୃକ୍ତ ଥିବା ଜଣାପଡ଼ିଛି। ସେତେବେଳେ ତ ଭାଜପା ନେତାମାନେ ଏହାକୁ ନେଇ ରାଜନୀତି କରୁ ନ ଥିଲେ। ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଚାଲିଛି। ଆଗକୁ ତଦନ୍ତରୁ
ଯେଉଁମାନଙ୍କ ସମ୍ପୃକ୍ତି ଥିବ ତାହା ପଦାକୁ ଆସିବ, ସେମାନଙ୍କ ବିରୋଧରେ ମଧ୍ୟ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ବର୍ତ୍ତମାନ ସୁଦ୍ଧା ଏହି ଘଟଣାର ତଦନ୍ତ ସରି ନ ଥିବାବେଳେ ଓଡ଼ିଶା ଭାଜପା ନେତାମାନେ ଏବେଠାରୁ ଅଧୈଯର୍‌ୟ ହେଉଛନ୍ତି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ସଚେତନ ରାଜ୍ୟବାସୀ ଓଡ଼ିଶା ଭାଜପା ନେତାଙ୍କ ଏଭଳି ନକାରାମତ୍କ ରାଜନୀତିକୁ ଘୃଣା କରୁଛନ୍ତି ଏବଂ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରୁଛନ୍ତି ବୋଲି ଲେନିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri