Posted inଜାତୀୟ

ନୀତୀଶଙ୍କ ପାଇଁ ଭାଜପା ଦ୍ୱାର ସବୁଦିନ ବନ୍ଦ: ଅମିତ ଶାହା

ପାଟନା,୨।୪: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାରଙ୍କ ପାଇଁ ଭାଜପା ଦ୍ୱାର ସବୁଦିନ ବନ୍ଦ ହୋଇଯାଇଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ସମୟରେ କହିଛନ୍ତି। ନୱାଡାଠାରେ ଏକ ସାଧାରଣ ସଭାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଜେଡିୟୁ ନେତା ଲଲନ ସିଂଙ୍କୁ ଟାର୍ଗେଟ୍‌ କରି ଅମିତ ଶାହା କହିଛନ୍ତି, ଯଦି ଆପଣ ଭାବୁଛନ୍ତି ଯେ ଆପଣ ପୁନର୍ବାର ଭାଜପାର ସମର୍ଥନ ପାଇବେ, ତେବେ ଏହା ଭୁଲିଯାଆନ୍ତୁ। ଆପଣଙ୍କ ପାଇଁ ଭାଜପାର ଦ୍ୱାର ସବୁଦିନ ବନ୍ଦ ହୋଇଯାଇଛି। ମୁଁ ବିହାରର ଲୋକଙ୍କୁ ସ୍ପଷ୍ଟ କରିବାକୁ ଚାହୁଁଛି, ଆମେ ଆଗକୁ ନୀତୀଶ କୁମାରଙ୍କ ସହ ମେଣ୍ଟ କରିବୁ ନାହିଁ।
ଶାହା ଆହୁରି ମଧ୍ୟ କହିଚନ୍ତି, ନୀତୀଶ ବାବୁଙ୍କୁ କ୍ଷମତାର ଲୋଭ ଲାଲୁ ଜିଙ୍କ କୋଳରେ ବସିବାକୁ ବାଧ୍ୟ କଲା। ମୁଁ ଏପରି ସ୍ବାର୍ଥପର ସରକାର ଦେଖି ନାହିଁ। ଜଣେ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ହେବାକୁ ପଡିବ ଏବଂ ଲାଲୁଜୀଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ ହେବାକୁ ପଡିବ। ମୁଁ ଲାଲୁ ଜୀଙ୍କୁ ମଧ୍ୟ କହିବାକୁ ଆସିଛି, ନୀତୀଶ ଜୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉନାହାଁନ୍ତି। ସେଠାରେ କୌଣସି ଖାଲି ସ୍ଥାନ ନାହିଁ ଏବଂ ଯଦି ସେ ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ମଧ୍ୟ ଆପଣଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ କରିବେ ନାହିଁ। ବିହାରର ଲୋକମାନେ ନିଷ୍ପତ୍ତି ନେଇଛନ୍ତି ଯେ, ବିହାରର ସମସ୍ତ ୪୦ଟି ଆସନରେ ପଦ୍ମ ଫୁଟିବାକୁ ଯାଉଛି। ମୁଁ ବିହାରର ଲୋକଙ୍କୁ କହିବାକୁ ଚାହେଁ, ୨୦୨୪ରେ ବିହାରରୁ ଭାଜପାକୁ ୪୦ଟି ଆସନ ଦିଅନ୍ତୁ ଏବଂ ୨୦୨୫ରେ ଭାଜପା ସରକାର ଗଠନ କରନ୍ତୁ। ଦଙ୍ଗାକାରୀଙ୍କୁ ଉଚିତ ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri