Posted inଜାତୀୟ

ନୀତୀଶଙ୍କ ପାଇଁ ଭାଜପା ଦ୍ୱାର ସବୁଦିନ ବନ୍ଦ: ଅମିତ ଶାହା

ପାଟନା,୨।୪: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାରଙ୍କ ପାଇଁ ଭାଜପା ଦ୍ୱାର ସବୁଦିନ ବନ୍ଦ ହୋଇଯାଇଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ସମୟରେ କହିଛନ୍ତି। ନୱାଡାଠାରେ ଏକ ସାଧାରଣ ସଭାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଜେଡିୟୁ ନେତା ଲଲନ ସିଂଙ୍କୁ ଟାର୍ଗେଟ୍‌ କରି ଅମିତ ଶାହା କହିଛନ୍ତି, ଯଦି ଆପଣ ଭାବୁଛନ୍ତି ଯେ ଆପଣ ପୁନର୍ବାର ଭାଜପାର ସମର୍ଥନ ପାଇବେ, ତେବେ ଏହା ଭୁଲିଯାଆନ୍ତୁ। ଆପଣଙ୍କ ପାଇଁ ଭାଜପାର ଦ୍ୱାର ସବୁଦିନ ବନ୍ଦ ହୋଇଯାଇଛି। ମୁଁ ବିହାରର ଲୋକଙ୍କୁ ସ୍ପଷ୍ଟ କରିବାକୁ ଚାହୁଁଛି, ଆମେ ଆଗକୁ ନୀତୀଶ କୁମାରଙ୍କ ସହ ମେଣ୍ଟ କରିବୁ ନାହିଁ।
ଶାହା ଆହୁରି ମଧ୍ୟ କହିଚନ୍ତି, ନୀତୀଶ ବାବୁଙ୍କୁ କ୍ଷମତାର ଲୋଭ ଲାଲୁ ଜିଙ୍କ କୋଳରେ ବସିବାକୁ ବାଧ୍ୟ କଲା। ମୁଁ ଏପରି ସ୍ବାର୍ଥପର ସରକାର ଦେଖି ନାହିଁ। ଜଣେ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ହେବାକୁ ପଡିବ ଏବଂ ଲାଲୁଜୀଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ ହେବାକୁ ପଡିବ। ମୁଁ ଲାଲୁ ଜୀଙ୍କୁ ମଧ୍ୟ କହିବାକୁ ଆସିଛି, ନୀତୀଶ ଜୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉନାହାଁନ୍ତି। ସେଠାରେ କୌଣସି ଖାଲି ସ୍ଥାନ ନାହିଁ ଏବଂ ଯଦି ସେ ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ମଧ୍ୟ ଆପଣଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ କରିବେ ନାହିଁ। ବିହାରର ଲୋକମାନେ ନିଷ୍ପତ୍ତି ନେଇଛନ୍ତି ଯେ, ବିହାରର ସମସ୍ତ ୪୦ଟି ଆସନରେ ପଦ୍ମ ଫୁଟିବାକୁ ଯାଉଛି। ମୁଁ ବିହାରର ଲୋକଙ୍କୁ କହିବାକୁ ଚାହେଁ, ୨୦୨୪ରେ ବିହାରରୁ ଭାଜପାକୁ ୪୦ଟି ଆସନ ଦିଅନ୍ତୁ ଏବଂ ୨୦୨୫ରେ ଭାଜପା ସରକାର ଗଠନ କରନ୍ତୁ। ଦଙ୍ଗାକାରୀଙ୍କୁ ଉଚିତ ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri