Posted inଜାତୀୟ

ହରଡଗଡ଼ାରେ ଭାଜପା, ଜେଡିୟୁ-ଟିଡିପି ହାତରେ ରହିପାରେ ଏହି ସବୁ ବିଭାଗ

ନୂଆଦିଲ୍ଲୀ,୬।୬: ଭାଜପାକୁ ସରକାର ଗଠନ କରିବାକୁ ମ୍ୟାଜିକ୍‌ ନମ୍ବର ମିଳିନାହିଁ। ତେଣୁ ଏନଡିଏ ମେଣ୍ଟରେ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଓ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢିଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଦଳ କେନ୍ଦ୍ର କ୍ୟାବିନେଟର ବଡ଼ ମନ୍ତ୍ରଣାଳୟ ନେବାକୁ ଦାବି କରିଛନ୍ତି। କିନ୍ତୁ ଭାଜପା ଅତି ସହଜରେ ସେମାନଙ୍କ କଥାକୁ ଗ୍ରହଣ କରିବ ନାହିଁ ବୋଲି କୁହାଯାଉଛି।

ମିଳିଥିବା ସୂଚନାନୁସାରେ, ଭାଜପା ପାଖରେ ପ୍ରତିରକ୍ଷା, ଅର୍ଥ, ଗୃହ ମନ୍ତ୍ରାଳୟ ଏବଂ ବୈଦେଶିକ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରହିପାରେ। ସେହିପରି ଜେଡିୟୁ ହାତରେ ପଞ୍ଚାୟତିରାଜ, ରୁରାଲ ଡେଭଲପମେଣ୍ଟ ଭଳି ବିଭାଗ ଏବଂ ଟିଡିପି ପାଖରେ ବେସାମରିକ ବିମାନ ଚଳାଚଳ ବିଭାଗ, ପର୍ଯ୍ୟଟନ, ଦକ୍ଷତା ବିକାଶ, ବିଜ୍ଞାନ ଓ କାରିଗରୀ ବିଭାଗ ମିଳିବା ନେଇ ଚର୍ଚ୍ଚା ହେଉଛି।

ଭାଜପା ଏକାକୀ ୨୪୦ଟି ଲୋକସଭା ଆସନ ଜିତିଥିବା ବେଳେ ମ୍ୟାଜିକ୍‌ ନମ୍ବର ଠାରୁ ମାତ୍ର ୩୨ଟି ସିଟ ପଛରେ ରହିଛି। ତେଣୁ ମୋଦି ୩.୦ ସରକାର ଗଠନରେ ସହଯୋଗୀ ଦଳଗୁଡିକର ଗୁରୁତ୍ୱ ବଡିଯାଇଛି। ଟିଡିପି, ଶିବସେନା, ଜେଡିୟୁ ଓ ଲୋକ ଜନଶକ୍ତି ପାର୍ଟି(ରାମ ବିଲାସ) ମିଳିତ ଭାବେ ୪୦ଟି ଆସନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri