ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ ଓଡ଼ିଶା ଭାଜପାର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି ତାଙ୍କ ଗଳାରେ ଦଳୀୟ ଉତ୍ତରୀୟ ପକାଇ ସ୍ବାଗତ କଲେ। ଯେଉଁ ଭାଜପା କର୍ମୀଙ୍କୁ ଗଳାଧକ୍କା ମାରି ପ୍ରଶାନ୍ତ ଲହୁଲୁହାଣ କରିଥିଲେ ବୋଲି ଦଳୀୟ ନେତା ଓ କର୍ମୀ ପ୍ରତିବାଦ କରୁଥିଲେ, ଆଜି କିଭଳି ତାଙ୍କ ପିଠି ଥାପୁଡ଼ାଇଛନ୍ତି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ପ୍ରଶ୍ନ କରିଛନ୍ତି।
ଗୁରୁବାର ଶଙ୍ଖଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଲେଲିନ କହିଛନ୍ତି ଯେ ଉଭୟ ଆପରାଧିକ କାର୍ଯ୍ୟକଳାପକୁ ଗୁରୁତ୍ୱର ସହ ଗ୍ରହଣ କରି ବିଜୁ ଜନତା ଦଳ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦଳରୁ ନିଲମ୍ବନ ସହ ବହିଷ୍କାର ମଧ୍ୟ କରିଥିଲା। ଜନବିରୋଧୀ କାର୍ଯ୍ୟ ପାଇଁ ଯାହାଙ୍କୁ ବିଜେଡି ଦଳରୁ ବାହାରର ରାସ୍ତା ଦେଖାଉଛି ସେମାନଙ୍କୁ ଓଡ଼ିଶା ଭାଜପା ସାଦରରେ ଗ୍ରହଣ କରିନେଉଛି। ଏବେ ଭାଜପା ନେତା ଖାସ୍‌ କରି ପୃଥ୍ବୀରାଜ ହରିଚନ୍ଦନ ଓ ଅନ୍ୟମାନେ ଯିଏ ପ୍ରଶାନ୍ତଙ୍କ ବିରୋଧରେ ବିଷ ଓଗାଳୁ ଥିଲେ, ସେମାନେ ନିଜ କର୍ମୀଙ୍କୁ କ’ଣ ଉତ୍ତର ଦେବେ। ଯେଉଁ ଭାଜପା କର୍ମୀଙ୍କ ଉପରେ ପ୍ରଶାନ୍ତ ଗାଡ଼ି ଚଢ଼ାଇ ଦେଇଥିଲେ, ତାଙ୍କୁ କିଭଳି ମୁହଁ ଦେଖାଇବେ। ଯେଉଁ ପୃଥ୍ବୀରାଜ ହରିଚନ୍ଦନଙ୍କ ପାଇଁ ଭାଜପା କର୍ମୀମାନେ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ ଲଢ଼େଇ କରୁଥିଲେ ଏବେ ସେମାନେ କ’ଣ କରିବେ ବୋଲି ଲେଲିନ ପ୍ରଶ୍ନ କରିଛନ୍ତି। ଯେଉଁ ପୃଥ୍ବୀରାଜ ପ୍ରଶାନ୍ତଙ୍କଠାରୁ ଶୋଚନୀୟ ଭାବେ ପରାସ୍ତ ହୋଇ ରାଜ୍ୟ ରାଜନୀତିରେ ଲଜ୍ଜିତ ହୋଇଥିଲେ ସେ ମିଶ୍ରଣ ପର୍ବ ନେଇ ନିଜ କର୍ମୀଙ୍କୁ ଜବାବ ଦେଇପାରିବେ ତ। ନୂଆ ନେତା ସୃଷ୍ଟି କରିବାକୁ ଓଡ଼ିଶା ଭାଜପା ଯେହେତୁ ଅସମର୍ଥ ସେଥିପାଇଁ ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତଥିବା ଗୁଣ୍ଡା, ବଦମାସ, ଆପରାଧିକ, ଜନବିରୋଧୀ ଓ ତଡ଼ାଖିଆ ଶ୍ରେଣୀର ଲୋକଙ୍କୁ ଭରସା କରିବା ଆରମ୍ଭ କରିଛି ବୋଲି ଲେଲିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri