ଭୁବନେଶ୍ୱର, ୩ା୩(ବ୍ୟୁରୋ): ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୬ ଓ ୭ରେ ଭାଜପାର ରାଜ୍ୟ କାଯର୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ମଧ୍ୟ ଏହି ଅବସରରେ ହେବ । ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମର ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥି ସମେତ ଏହି ଅବସରରେ ସବୁ ଏମ୍ପି ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି ।ଏହି ୨ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପଯର୍ୟସ୍ତ ଆଇନ ଶୃଙ୍ଖଳା, ସୀମା ବିବାଦ, ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନା ଘୋଟାଲା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯିବ। ଏହାସହ ଭବିଷ୍ୟତ କାର୍ଯ୍ୟପନ୍ଥା ମଧ୍ୟ ଏହି ଅବସରରେ ନିର୍ଦ୍ଧାରଣ କରାଯିବ ବୋଲି ଗୋଲକ କହିଛନ୍ତି।

ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୯ ଜିଲାପାଳ
ଭୁବନେଶ୍ୱର,୨୨ା୬(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏଥିରେ ଉଭୟ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଏବଂ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)...

‘ବଂଶୀ’କୁ ଟାର୍ଗେଟ କଲା ‘ଅସ୍ତ୍ର’
ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନ ୧୦ଟା ୧ ମିନିଟ୍ ସମୟରେ ଆକାଶରୁ...

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି
ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର...

ଅଣସରରେ ଲାଗିହୁଏନି ରନ୍ଧାଭୋଗ
ପୁରୀ ଅଫିସ,୨୦ା୬: ଅଣସରରେ ଏବେ ଚତୁର୍ଦ୍ଧାବିଗ୍ରହ। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ...

ବାଲିଯାତ୍ରାକୁ ମିଳିବ ସରକାରୀ ମାନ୍ୟତା
ଭୁବନେଶ୍ୱର,୧।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ସରକାରୀ ମାନ୍ୟତା ଦିଆଯିବ। ଏହାକୁ ରାଜ୍ୟସ୍ତରୀୟ ପର୍ବ ଭାବେ ପାଳନ କରାଯି। ସରକାରଙ୍କ ନଗର ଉନ୍ନୟନ, ସଂସ୍କୃତ ବିଭାଗ ପକ୍ଷରୁ ଆର୍ଥିକ...

ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ...

ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ
ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ...

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ
ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ...