ଆଜି ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଆଲୋଚନା କରିବ ଭାଜପା।
ଅନ୍ୟପଟେ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ଗୁରୁତ୍ୱପୂର୍ଣ୍ଣ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେଇଥିଲେ। ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ ସାଙ୍ଗଠନିକ ପ୍ରସଙ୍ଗକୁ ନେଇ ବୈଠକରେ ଆଲୋଚନା ହୋଇଛିା ସେହିପରି ଦଳର ରାଜନୈତିକ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା କରାଯାଇଛି। ଏହା ବୁଧବାର ଅନୁଷ୍ଠିତ ଦଳର ରାଜ୍ୟ କାର୍ଯ୍ୟାକାରିଣୀରେ ପାରିତ ହେବ।