ମଜୁରି ଗ୍ରାମରେ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଢେଙ୍କାନାଳ,୩।୩(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ମଙ୍ଗଳପୁର ପଞ୍ଚାୟତ ମଜୁରି ଗ୍ରାମର ଜଳନ୍ଧର ସାହୁଙ୍କ ଝିଅ ତଥା କଲେଜ ଛାତ୍ରୀ ଜସ୍ମିନ ସାହୁଙ୍କ ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ପାଇଁ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପକ୍ଷରୁ ଶନିବାର ଏସ୍‌ପିଙ୍କ ନିକଟରେ ଦାବି କରାଯାଇଛି। ଅପରାହ୍ନ ୩ଟାରେ ଭାଜପାର ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ଡ. ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କ ନେତୃତ୍ୱରେ ରଶ୍ମିତା ପଟ୍ଟନାୟକ, ରାଜ୍ୟ ସୋସିଆଲ ମିଡିଆ ପ୍ରଭାରୀ ସୁଚିସ୍ମିତା ତ୍ରିପାଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିରୋଜ ନଳିନୀ ମହାଳିକ, ସଂଘମିତ୍ରା ପ୍ରଧାନ, ଜିଲା ମହିଳା ମୋର୍ଚ୍ଚା ସଭାପତି ମମତା ସ୍ବାଇଁ, ଜିଲା ଭାଜପା ସଭାପତି ନରେଶଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା ମିଡିଆ ସେଲ୍‌ ପ୍ରଭାରୀ ନବକିଶୋର ଗୁରୁ, ବିଷ୍ଣୁ ପ୍ରସାଦ ଲେଙ୍କା, ଅନିତା ଦାସ, ଇତିଶ୍ରୀ ସାହୁ, ଯଶସ୍ବିନୀ ରାଉତ, ସସ୍ମିତା ସାମଲ, ରତ୍ନପ୍ରଭା ପଣ୍ଡା, ପରଜଙ୍ଗ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରା, ମହାଦୀପ ଯଶୋବନ୍ତ ମହିମା ପ୍ରମୁଖ ମୃତ ଛାତ୍ରୀଙ୍କ ଘରକୁ ଯାଇ ତାଙ୍କ ବାପା ଜଳନ୍ଧର ସାହୁ ଓ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବା ପରେ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଏହାପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏସ୍‌ପିଙ୍କୁ ଭେଟି ଜଣେ ବରିଷ୍ଠ ଓ ଅଭିଜ୍ଞ ପୋଲିସ ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ କରିବା ପାଇଁ ଦାବି କରିବା ସହିତ ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ ସେଥିପାଇଁ ଆଇନଶୃଙ୍ଖଳା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ନିମନ୍ତେ ଅନୁରୋଧ କରିଥିଲେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାଧୀଙ୍କୁ ଗିରଫ କରିବା ପାଇଁ ଏସ୍‌ପି ପ୍ରତିଶ୍ରୁତି ଦେଇଥିବା ଭାଜପା ପକ୍ଷରୁ ଜଣାଯାଇଛି। ଅପରାହ୍ନରେ ଭାଜପାର ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣି, ଜିଲା ଭାଜପା ଉପସଭାପତି ସନାତନ ବେହେରା ପ୍ରମୁଖ ମୃତ ଛାତ୍ରୀଙ୍କ ଘରେ ପହଞ୍ଚି ତାଙ୍କ ପରିବାର ସହ ଆଲୋଚନା କରି ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri