ମଜୁରି ଗ୍ରାମରେ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଢେଙ୍କାନାଳ,୩।୩(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ମଙ୍ଗଳପୁର ପଞ୍ଚାୟତ ମଜୁରି ଗ୍ରାମର ଜଳନ୍ଧର ସାହୁଙ୍କ ଝିଅ ତଥା କଲେଜ ଛାତ୍ରୀ ଜସ୍ମିନ ସାହୁଙ୍କ ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ପାଇଁ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପକ୍ଷରୁ ଶନିବାର ଏସ୍‌ପିଙ୍କ ନିକଟରେ ଦାବି କରାଯାଇଛି। ଅପରାହ୍ନ ୩ଟାରେ ଭାଜପାର ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ଡ. ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କ ନେତୃତ୍ୱରେ ରଶ୍ମିତା ପଟ୍ଟନାୟକ, ରାଜ୍ୟ ସୋସିଆଲ ମିଡିଆ ପ୍ରଭାରୀ ସୁଚିସ୍ମିତା ତ୍ରିପାଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିରୋଜ ନଳିନୀ ମହାଳିକ, ସଂଘମିତ୍ରା ପ୍ରଧାନ, ଜିଲା ମହିଳା ମୋର୍ଚ୍ଚା ସଭାପତି ମମତା ସ୍ବାଇଁ, ଜିଲା ଭାଜପା ସଭାପତି ନରେଶଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା ମିଡିଆ ସେଲ୍‌ ପ୍ରଭାରୀ ନବକିଶୋର ଗୁରୁ, ବିଷ୍ଣୁ ପ୍ରସାଦ ଲେଙ୍କା, ଅନିତା ଦାସ, ଇତିଶ୍ରୀ ସାହୁ, ଯଶସ୍ବିନୀ ରାଉତ, ସସ୍ମିତା ସାମଲ, ରତ୍ନପ୍ରଭା ପଣ୍ଡା, ପରଜଙ୍ଗ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରା, ମହାଦୀପ ଯଶୋବନ୍ତ ମହିମା ପ୍ରମୁଖ ମୃତ ଛାତ୍ରୀଙ୍କ ଘରକୁ ଯାଇ ତାଙ୍କ ବାପା ଜଳନ୍ଧର ସାହୁ ଓ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବା ପରେ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଏହାପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏସ୍‌ପିଙ୍କୁ ଭେଟି ଜଣେ ବରିଷ୍ଠ ଓ ଅଭିଜ୍ଞ ପୋଲିସ ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ କରିବା ପାଇଁ ଦାବି କରିବା ସହିତ ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ ସେଥିପାଇଁ ଆଇନଶୃଙ୍ଖଳା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ନିମନ୍ତେ ଅନୁରୋଧ କରିଥିଲେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାଧୀଙ୍କୁ ଗିରଫ କରିବା ପାଇଁ ଏସ୍‌ପି ପ୍ରତିଶ୍ରୁତି ଦେଇଥିବା ଭାଜପା ପକ୍ଷରୁ ଜଣାଯାଇଛି। ଅପରାହ୍ନରେ ଭାଜପାର ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣି, ଜିଲା ଭାଜପା ଉପସଭାପତି ସନାତନ ବେହେରା ପ୍ରମୁଖ ମୃତ ଛାତ୍ରୀଙ୍କ ଘରେ ପହଞ୍ଚି ତାଙ୍କ ପରିବାର ସହ ଆଲୋଚନା କରି ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri