Posted inଜାତୀୟ

ହଂସଖାଲିରେ ଭାଜପାର ପ୍ରତିନିଧି ଦଳ

କୋଲକାତା,୧୫।୪: ପଶ୍ଚିମବଙ୍ଗ ନଦିଆ ଜିଲାର ହଂସଖାଲି ନାବାଳିକା ଗଣବଳାତ୍କାର ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ତଦନ୍ତ ଆରମ୍ଭ କରିଛି। ହେଲେ ଭାଜପାର ଏକ ୫ ଜଣିଆ ପ୍ରତିନିଧି ଦଳ ହଂସଖାଲିରେ ଶୁକ୍ରବାର ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।

କିମିଟିରେ ଭାଜପା ଉପାଧ୍ୟକ୍ଷ ତଥା ଏମ୍‌ପି ରେଖା ବର୍ମା, ଉତ୍ତରପ୍ରଦେଶର ମନ୍ତ୍ରୀ ବେବି ରାନୀ ମୌର୍ଯ୍ୟ, ତାମିଲନାଡୁର ବିଧାୟକ ତଥା ମହିଳା ମୋର୍ଚ୍ଚା ମୁଖ୍ୟ ଭାନାଥୀ ଶ୍ରୀନିବାସନ, କୁଶବୁ ସୁନ୍ଦର ଏବଂ ପଶ୍ଚିମବଙ୍ଗର ବିଧାୟିକା ଶ୍ରୀରୁପା ଚୌଧୁରୀ ପ୍ରମୁଖ ରହିଛନ୍ତି। ଅନ୍ୟପକ୍ଷେ ୫ ଜଣିଆ କମିଟି ମୃତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟି ଘଟଣା ସଂକ୍ରାନ୍ତରେ ପଚାରି ବୁଝିଥିବା ଜଣାପଡିଛି। ଘଟଣାର ନିରପେକ୍ଷ ତଦନ୍ତ କରି ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କମିଟି ପକ୍ଷରୁ ଦାବି କରାଯାଇଛି।

ସୂଚନାଯୋଗ୍ୟ, ଗତ ୪ ତାରିଖରେ ଏକ ଜନ୍ମଦିନ ଉତ୍ସବରେ ସାମିଲ ହେବାକୁ ଯାଇଥିବା ବେଳେ ନବମ ଶ୍ରେଣୀରେ ପଢୁଥିବା ଉକ୍ତ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?