Posted inଜାତୀୟ

ଭାଜପା ଏଏପି ବିଧାୟକଙ୍କୁ କିଣିବାରେ ଫେଲ୍‌ ମାରିଛି: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୯।୮: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ସୋମବାର ବିଧାନସଭାରେ ବିଶ୍ୱାସ ପ୍ରସ୍ତାବ ଆଗତ କରିଛନ୍ତି। ବିଧାନସଭାରେ ଏହି ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆଜି ଆମେ ବିଧାନସଭାରେ ଆସ୍ଥା ଭୋଟ ଆଣିଛୁ, ଲୋକମାନେ ଏହାର ଆବଶ୍ୟକତା କ’ଣ ବୋଲି ପଚାରୁଛନ୍ତି। ଆସ୍ଥା ଭୋଟରେ ଆମକୁ ଏହା ଦର୍ଶାଇବାକୁ ପଡିବ ଯେ ଆମ ଆଦମୀ ପାର୍ଟିର କୌଣସି ବିଧାୟକ ଭାଜପା ଦ୍ୱାରା ବିକ୍ରି ହୋଇନାହାନ୍ତି। ସେମାନେ ସଚ୍ଚୋଟ। ଭାଜପା ଏଏପି ବିଧାୟକଙ୍କୁ କିଣିବାରେ ଫେଲ୍‌ ମାରିଛି।
ବିଦ୍ୟାଳୟରେ ନିର୍ମିତ ଶ୍ରେଣୀଗୃହରେ ଦୁର୍ନୀତି ଅଭିଯୋଗ ଉଠାଇ ଭାଜପା ବିଧାୟକମାନେ ସୋମବାର ବିଧାନସଭାରେ ହଙ୍ଗାମା କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଭାଜପା ବିଧାୟକଙ୍କ ମନୋଭାବକୁ ଦୃଢ ନିନ୍ଦା କରିଛନ୍ତି। ଭାଜପା ବିଧାୟକମାନେ ଆଲୋଚନା କରିବାକୁ ଚାହୁଁନାହାଁନ୍ତି, ସେମାନେ କେବଳ ଏକ ହଙ୍ଗାମା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଗୃହକୁ ଆସନ୍ତି। ଆଜି ଦେଶରେ ମୁଦ୍ରାସ୍ଫୀତି ଚରମ ସୀମାରେ ପହଞ୍ଚିଛି, ଲୋକଙ୍କ ଘରେ ଖାଦ୍ୟ ରାନ୍ଧିବା କଷ୍ଟକର ହୋଇପଡିଛି। କେନ୍ଦ୍ର ସରକାର ପ୍ରତ୍ୟେକ କ୍ଷେତ୍ରରେ ଟିକସ ଲଗାଇଛନ୍ତି। କ୍ଷୀର, କଦଳୀ, ଶସ୍ୟ, ଡାଲି, ଚାଉଳ, ଚିନି ସବୁଥିରେ ଟିକସ ଲାଗୁଛି। ବ୍ରିଟିଶମାନେ ମଧ୍ୟ ଏସବୁ ଜିନିଷରେ ଟିକସ ଲଗାଇ ନ ଥିଲେ କିନ୍ତୁ କେନ୍ଦ୍ର ସରକାର ଏବେ ଏସବୁ ଜିନିଷରେ ଟିକସ ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri