Posted inଜାତୀୟ

ଭାଜପା ଏଏପି ବିଧାୟକଙ୍କୁ କିଣିବାରେ ଫେଲ୍‌ ମାରିଛି: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୯।୮: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ସୋମବାର ବିଧାନସଭାରେ ବିଶ୍ୱାସ ପ୍ରସ୍ତାବ ଆଗତ କରିଛନ୍ତି। ବିଧାନସଭାରେ ଏହି ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆଜି ଆମେ ବିଧାନସଭାରେ ଆସ୍ଥା ଭୋଟ ଆଣିଛୁ, ଲୋକମାନେ ଏହାର ଆବଶ୍ୟକତା କ’ଣ ବୋଲି ପଚାରୁଛନ୍ତି। ଆସ୍ଥା ଭୋଟରେ ଆମକୁ ଏହା ଦର୍ଶାଇବାକୁ ପଡିବ ଯେ ଆମ ଆଦମୀ ପାର୍ଟିର କୌଣସି ବିଧାୟକ ଭାଜପା ଦ୍ୱାରା ବିକ୍ରି ହୋଇନାହାନ୍ତି। ସେମାନେ ସଚ୍ଚୋଟ। ଭାଜପା ଏଏପି ବିଧାୟକଙ୍କୁ କିଣିବାରେ ଫେଲ୍‌ ମାରିଛି।
ବିଦ୍ୟାଳୟରେ ନିର୍ମିତ ଶ୍ରେଣୀଗୃହରେ ଦୁର୍ନୀତି ଅଭିଯୋଗ ଉଠାଇ ଭାଜପା ବିଧାୟକମାନେ ସୋମବାର ବିଧାନସଭାରେ ହଙ୍ଗାମା କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଭାଜପା ବିଧାୟକଙ୍କ ମନୋଭାବକୁ ଦୃଢ ନିନ୍ଦା କରିଛନ୍ତି। ଭାଜପା ବିଧାୟକମାନେ ଆଲୋଚନା କରିବାକୁ ଚାହୁଁନାହାଁନ୍ତି, ସେମାନେ କେବଳ ଏକ ହଙ୍ଗାମା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଗୃହକୁ ଆସନ୍ତି। ଆଜି ଦେଶରେ ମୁଦ୍ରାସ୍ଫୀତି ଚରମ ସୀମାରେ ପହଞ୍ଚିଛି, ଲୋକଙ୍କ ଘରେ ଖାଦ୍ୟ ରାନ୍ଧିବା କଷ୍ଟକର ହୋଇପଡିଛି। କେନ୍ଦ୍ର ସରକାର ପ୍ରତ୍ୟେକ କ୍ଷେତ୍ରରେ ଟିକସ ଲଗାଇଛନ୍ତି। କ୍ଷୀର, କଦଳୀ, ଶସ୍ୟ, ଡାଲି, ଚାଉଳ, ଚିନି ସବୁଥିରେ ଟିକସ ଲାଗୁଛି। ବ୍ରିଟିଶମାନେ ମଧ୍ୟ ଏସବୁ ଜିନିଷରେ ଟିକସ ଲଗାଇ ନ ଥିଲେ କିନ୍ତୁ କେନ୍ଦ୍ର ସରକାର ଏବେ ଏସବୁ ଜିନିଷରେ ଟିକସ ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?