Posted inଜାତୀୟ

ସିଦ୍ଧୁଙ୍କ ବିପକ୍ଷରେ ଲଢିବେ ଅବସରପ୍ରାପ୍ତ ଆଇଏଏସ୍‌

ଚଣ୍ଡିଗଡ଼,୨୮ ।୧: ପଞ୍ଜାବ ବିଧାନସଭା ନିର୍ବାଚନର ତାରିଖ ପାଖେଇ ଆସୁଥିବା ବେଳେ ବେଳକୁ ବେଳ ସେଠାକାର ରାଜନୀତି ହେଉଛି ସରଗରମ । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ତୃତୀୟ ପ୍ରାର୍ଥୀ ତାଲିକା ଜାରି କରିଛି । ତୃତୀୟ ତାଲିକାରେ ରହିଛି ମାତ୍ର ୩ ପ୍ରାର୍ଥୀଙ୍କ ନାମ । ଗୋଟିଏ ଦିନରେ ଭାଜପା ପକ୍ଷରୁ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯିବାକୁ ନେଇ ଏବେ ଚର୍ଚ୍ଚା ଚାଲିଛି । ଦ୍ୱିତୀୟ ତାଲିକାରେ ୨୭ ଜଣଙ୍କ ନାମ ଥିବା ବେଳେ ତୃତୀୟରେ କେବଳ ଅମୃତସର ସେଣ୍ଟ୍ରାଲ, ଅମୃତସର ପୂର୍ବ ଓ ବାବା ବକାଲା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି ।
ଭାଜପା ପକ୍ଷରୁ ଅମୃତସର ସେଣ୍ଟ୍ରାଲରୁ ଡା. ରାମ ଚାୱଲା, ଅମୃତସର ପୂର୍ବରୁ ଡା. ଜଗମୋହନ ସିଂହ ରାଜୁ(ଆଇଏଏସ୍‌)ଙ୍କୁ ଟିକେଟ ଦିଆଯାଇଛି । ସୂଚନାଯୋଗ୍ୟ, ଅମୃତସର ପୂର୍ବରୁ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ନିର୍ବାଚନ ଲଢୁଛନ୍ତି । ତାମିଲନାଡୁ ସରକାରରେ ଚିଫ୍ ରେସିଡେଣ୍ଟ କମିଶନର ପଦରେ ଥିବା ଡା. ଜଗମୋହନ ସିଂହ ରାଜୁ ୨୫ ଜାନୁୟାରୀରେ ସ୍ୱଇଚ୍ଛାରେ ଅବସର ନେଇଛନ୍ତି । ଏହାପରେ ସେ ରାଜନୀତିରେ ପ୍ରବେଶ କରିଛନ୍ତି । ସେହିପରି ଭାଜପା ବାବା ବକାଲାରୁ ସରଦାର ମଜିତ ସିଂ ମନ୍ନାଙ୍କୁ ଟିକେଟ ଦେଇଛି ।
ଏବେ ଅମୃତସର ପୂର୍ବ ଏକ ହାଇ ପ୍ରୋଫାଇଲ ଆସନ ହୋଇଯାଇଛି । ଭାଜପା ପକ୍ଷରୁ ଜଣେ ଅବସରପ୍ରାପ୍ତ ଆଇଏଏସ୍ ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ଏଠାରେ ନିର୍ବାଚନ ଲଢୁଛନ୍ତି । ସେହିପରି ଅକାଳି ଦଳ ଗୋଟିଏ ଦିନ ପୂର୍ବରୁ ଏଠାରୁ ବିକ୍ରମ ସିଂ ମାଜିଠିଆଙ୍କ ନାମ ଘୋଷଣା କରି ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri