ପ୍ରତିଷ୍ଠା ଦିବସ ପାଳିଲା ଭାଜପା

ଭୁବନେଶ୍ବର, ୭ା୪(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଦଳର ସ୍ଥାପନା ଦିବସ ପାଳନ ଅବସରରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ଦଳୀୟ ପତାକା ଉତ୍ତୋଳନ କରିଛନ୍ତି। ଏହା ସହିତ ଦଳର ପ୍ରତିଷ୍ଠାତା ସଭାପତି ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ସାଧାରଣ ସମ୍ପାଦକ ପଣ୍ଡିତ ଦୀନ୍‌ଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଦୀର୍ଘ ୪୩ ବର୍ଷର ଯାତ୍ରା ପୂରଣ କରି ଭାଜପା ୪୪ ତମ ପ୍ରତିଷ୍ଠା ଦିବସ ଦେଶବ୍ୟାପୀ ପାଳନ କରିଛି ା କୋଟି କୋଟି କାର୍ଯ୍ୟକର୍ତ୍ତା ଭାଜପାର ବିଚାରକୁ ପ୍ରତିଷ୍ଠା କରିବା ପାଇଁ ଦୀର୍ଘଦିନ ଧରି ସମୟ, ତ୍ୟାଗ, ସମର୍ପଣ ଓ ବଳିଦାନ ଦେଇଛନ୍ତି। ”ସଙ୍ଗଠନକୁ ମଜଭୁତ କରିଥିବା ଏବଂ ବିଶ୍ୱର ସର୍ବବୃହତ୍‌ ରାଜନୈତିକ ଦଳ ଭାବେ ଗଢ଼ି ତୋଳିଥିବା ସମସ୍ତ କାଯର୍‌ୟକର୍ତ୍ତା ଚିର ସ୍ମରଣୀୟ ହୋଇ ରହିବା ସହ ଆମ ସମସ୍ତଙ୍କୁ ସର୍ବଦା ପ୍ରେରଣା ଯୋଗାଇବ। ‘ସେବା ହିଁ ସଙ୍ଗଠନ’ କୁ ମୂଳମନ୍ତ୍ର କରି ଭାଜପାର ସମସ୍ତ କାର୍ଯ୍ୟକର୍ତ୍ତା ନିରନ୍ତର କାର୍ଯ୍ୟ କରିଚାଲିଛନ୍ତି। ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସ’କୁ ମୂଳମନ୍ତ୍ର କରି ରାଷ୍ଟ୍ର ହିତ କାର୍ଯ୍ୟରେ ଭାଜପା ନିଜ କାର୍ଯ୍ୟଧାରାକୁ ଜାରି ରଖିଛି। ସଶକ୍ତ ଭାରତବର୍ଷ ଏବଂ ଆତ୍ମନିର୍ଭର ଭାରତ ଗଠନ କରିବା ପାଇଁ ଆମ ସମସ୍ତଙ୍କର ସାମୂହିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସମୀର କହିଛନ୍ତି।“ ଏହି ଅବସରରେ ଦଳର ବହୁ ବରିଷ୍ଠ ନେତା ଏବଂ ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri